www.samajalive.in
Monday, December 15, 2025
17.1 C
Bhubaneswar

ଶ୍ରୀପଞ୍ଚମୀରେ ଅନୁକୂଳ ହେଲା ରଥକାଠ

ପୁରୀ : ପବିତ୍ର ମାଘ ମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଆଜି ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହୋଇଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ପ୍ରସ୍ତୁତିର ପ୍ରଥମ ପର୍ବ ଭାବେ ରଥନିର୍ମାଣ ପାଇଁ ଆସିଥିବା କାଠ ରଥଖଳାରେ ଅନୁକୂଳ ହୋଇଯାଇଛି । ପ୍ରଥମ ପର୍ଯ୍ୟାୟରେ ନୟାଗଡ ଓ ଦଶପଲ୍ଲା ଜଙ୍ଗଲରୁ ୩ଟି ଟ୍ରକରେ ଆସିଥିବା ୧୦୧ଟି ଅସନ ଓ ଧଉରା କାଠଖଣ୍ଡକୁ ଆଜି ପୂଜା କରାଯାଇଛି । ଶ୍ରୀପଞ୍ଚମୀ ତିଥିରେ ଦେବୀ ସରସ୍ଵତୀଙ୍କ ଆବହନ ପରେ ପରମ୍ପରା ଅନୁସାରେ ତିନି ରଥ ସକାଶେ ୩ ଗୋଟି ରଥକାଠର ଅନୁକୂଳ ପୂଜା ସମ୍ପନ୍ନ ହୋଇଛି । ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ହୋଇଥିବା ଅନୁକୂଳ ସମୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ ଏବଂ ଅନ୍ୟ ଅଧିକାରୀ ତଥା କର୍ମଚାରୀଙ୍କ ସହ ରଥ ନିର୍ମାଣ ସମ୍ପୃକ୍ତ ସେବକମାନେ ଉପସ୍ଥିତ ଥିଲେ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories