www.samajalive.in
Friday, December 5, 2025
20.1 C
Bhubaneswar

ରଥଯାତ୍ରା ପାଇଁ ଦୁଇ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ଶେଷ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଛି । ଚଳିତ ଥର ଦୁଇ ଦିନ ଧରି ରଥଯାତ୍ରା ହେବାକୁ ଥିବାରୁ ସରକାରୀ ଭାବେ ଦୁଇ ଦିନ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଜୁଲାଇ ୭ ଓ ୮ ତାରିଖରେ ଛୁଟି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଚଳିତ ବର୍ଷ ବିରଳ ରଥଯାତ୍ରା । ଏହାକୁ ସଫଳ କରିବା ପାଇଁ ସମୀକ୍ଷା ବୈଠକରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଛି । ଶାନ୍ତି ଶୃଙ୍ଖଳାର ସହ ରଥଯାତ୍ରା ପାଇଁ ସମସ୍ତଙ୍କ ସହଯୋଗ କାମନା କରିବା ସହ ସଫଳତା ପୂବକ ରୀତିନୀତି କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ବୈଠକରେ ବରିଷ୍ଠ ଅଧିକାରୀ, ପୁଲିସ ଡିଜି, ସମସ୍ତ ସେବାୟତ ଉପସ୍ଥିତ ରହିଥିଲେ । ଚଳିତ ଥର ରଥଯାତ୍ରାରେ ସାମିଲ ହେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories