www.samajalive.in
Sunday, December 14, 2025
15.1 C
Bhubaneswar

ଆଗାମୀ ରଥଯାତ୍ରା ପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗର ରଥଯାତ୍ରା ସମୀକ୍ଷା ବୈଠକ

ଡେସ୍କ: ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆଗାମୀ ରଥଯାତ୍ରା ପାଇଁ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।ଏଥିରେ ବିଭାଗୀୟ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଅଧ୍ୟକ୍ଷତା କରିଥିଲେ। ବିଗତ ଦୁଇ ବର୍ଷ ଧରି କୋଭିଡ କଟକଣା ଯୋଗୁ ବିନା ଭକ୍ତ ଓ ଯାତ୍ରୀଙ୍କ ଉପସ୍ଥିତିରେ ରଥଯାତ୍ରା ଅନୁଷ୍ଠିତ ହେଉଥିବା ବେଳେ ଚଳିତ ବର୍ଷ କୋଭିଡର ଆଶଙ୍କା କମ ଥିବାରୁ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଗହଣରେ ରଥଯାତ୍ରା ହେବ। ତେଣୁ ବ୍ୟାପକ ଜନସମାଗମକୁ ଦୃଷ୍ଟିରେ ରଖି ବିଭିନ୍ନ ସ୍ଥାନରେ ସୂଚନା କେନ୍ଦ୍ର ସ୍ଥାପନ, ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁର ବିକ୍ରୟ, ଯାତ୍ରୀଙ୍କ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମର ବ୍ୟବସ୍ଥା, ରଥଯାତ୍ରାର ଧାରା ବିବରଣୀ ଓ ସିଧା ପ୍ରସାରଣର ବ୍ୟବସ୍ଥା, ଫଟୋଚିତ୍ର ପ୍ରଦର୍ଶନୀ ବ୍ୟବସ୍ଥା ଇତ୍ୟାଦିକୁ ତ୍ୱରାନ୍ୱିତ ପାଇଁ ଶ୍ରୀ ତ୍ରିପାଠୀ ନିର୍ଦ୍ଦେଶ ଦେଇଛନ୍ତି। ଏହି କାର୍ଯ୍ୟକୁ ସମ୍ମିଳିତ ଉଦ୍ୟମରେ ସଫଳ କରିବାକୁ ସେ ପରାମର୍ଶ ଦେଇଥିଲେ।

ବୈଷୟିକ ନିର୍ଦ୍ଦେଶକ ସୁରେନ୍ଦ୍ର କୁମାର ପରିଡ଼ା ଖର୍ଚ୍ଚ ଅଟକଳ ପ୍ରସ୍ତୁତ କରିବା, ସୂଚନା କେନ୍ଦ୍ର ହେବାକୁ ଥିବା ସ୍ଥାନ ଗୁଡିକୁ ଅନୁଧ୍ୟାନ କରି ଆନୁଷଙ୍ଗିକ ବ୍ୟବସ୍ଥା କରିବା, ପ୍ରଶାସନ ସହ ସମନ୍ୱୟ ରଖି କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ। ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ କୋଭିଡ ପୂର୍ବବର୍ତି ବ୍ୟବସ୍ଥା ଅନୁଯାୟୀ ବିଭାଗର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସହ ରଥଯାତ୍ରା ପୂର୍ବରୁ ସମସ୍ତ କାର୍ଯ୍ୟକୁ ସୁଚାରୁ ରୂପେ ସମ୍ପାଦନା ପାଇଁ ମତ ଦେଇଥିଲେ। ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ ସମସ୍ତଙ୍କୁ ସ୍ୱାଗତ କରିବା ସହ ନୂତନ ଭାବେ ଜିଲ୍ଲାର ଦାୟିତ୍ୱ ନେଇଥିବାରୁ ରଥଯାତ୍ରା ଭଳି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ସଫଳତା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories