ଡେସ୍କ: ଚଳିତ ବର୍ଷ ହେବାକୁ ଥିବା ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହ କରିବା ଲାଗି ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଜି ପୁରୀ ସର୍କିଟ ହାଉସ ଠାରେ ଅନୁଷ୍ଠିତ ବୈଠକରେ ରଥଯାତ୍ରା ଲାଗି ସମସ୍ତ ବିଭାଗକୁ ଆକ୍ସନ ପ୍ଲାନ ପ୍ରସ୍ତୁତ କରିବାକୁ କୁହାଯାଇଛି। ଆସନ୍ତା ଜୁନ ୨୭ ତାରିଖରେ ରଥଯାତ୍ରା ଅନୁଷ୍ଠିତ ହେବ। ତେବେ ଅକ୍ଷୟ ତୃତୀୟା ଠାରୁ ସୁନାବେଶ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ନୀତିକାନ୍ତି, ଜନଗହଳି ନିୟନ୍ତ୍ରଣ, ପାନୀୟ ଜଳ ଯୋଗାଣ, ସ୍ବାସ୍ଥ୍ୟ ଓ ପରିମଳ, ଡ୍ରେନ ସଫେଇ, ଜନଗହଳି ନିୟନ୍ତ୍ରଣ, ଟ୍ରାଫିକ ସୁପରିଚାଳନା ଏବଂ ରଥ ନିର୍ମାଣ ସୁରୁଖୁରୁରେ ଶେଷ କରିବା ଉପରେ ଗୁରୁତ୍ୱ ଦିଆଯାଇଛି।
Popular Categories



