www.samajalive.in
Saturday, December 13, 2025
23.1 C
Bhubaneswar

ସକାଳ ୯ଟା ୩୦ରେ ପହଣ୍ଡି, ୪ଟାରେ ରଥଟଣା

ପୁରୀ : ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ସୋମବାର ରଥଯାତ୍ରା ନୀତି ନିର୍ଘଣ୍ଟ ଚୂଡ଼ାନ୍ତ କରାଯାଇଛି। ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମହାପ୍ରଭୁଙ୍କ ସ୍ନାନଯାତ୍ରା, ଶ୍ରୀଗୁଣ୍ଡିଚା, ବାହୁଡ଼ା, ସୁନାବେଶ, ଅଧରପଣା ଭୋଗ ଏବଂ ନୀଳାଦ୍ରି ବିଜେ ପାଇଁ ଛତିଶା ନିଯୋଗ ପ୍ରସ୍ତୁତ ନୀତି ନିର୍ଘଣ୍ଟ ଅନୁମୋଦନ କରାଯାଇଛି। ନିର୍ଦ୍ଧାରିତ ସମୟରେ ମହାପ୍ରଭୁଙ୍କ ନୀତିକାନ୍ତି ସମ୍ପନ୍ନକୁ ଗୁରୁତ୍ୱ ଦିଆଯାଇଛି।


ଜୁନ୍‌ ୪ରେ ଶ୍ରୀଜୀଉଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବ। ଜୁନ୍‌ ୨୦ରେ ଶ୍ରୀଗୁଣ୍ଡିଚା ଯାତ୍ରା। ସେଦିନ ସକାଳ ୬ଟାରେ ଶ୍ରୀଜୀଉଙ୍କୁ ମଙ୍ଗଳ ଆଳତି କରାଯିବ। ସକାଳ ୮ରୁ ୯ଟା ମଧ୍ୟରେ ଗୋପାଳ ବଲ୍ଲଭ ଏବଂ ସକାଳଧୂପ ସମ୍ପନ୍ନ ହେବ। ଦିନ ୯ଟାରେ ତିନିରଥ ପ୍ରତିଷ୍ଠା କରାଯିବ। ମଙ୍ଗଳାର୍ପଣ ପରେ ୯ଟା ୩୦ରେ ଆରମ୍ଭ ହେବ ଠାକୁରଙ୍କ ପହଣ୍ଡି। ଦିନ ୧୨ଟା ୩୦ ସୁଦ୍ଧା ମହାପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଏବଂ ଚକ୍ରରାଜ ଶ୍ରୀସୁଦର୍ଶନ ରଥ ଉପରେ ବିଜେ କରିବେ। ପରେ ମଦନମୋହନ ଏବଂ ରାମକୃଷ୍ଣଙ୍କୁ ବିଜେ କରାଯିବ। ଗଜପତି ମହାରାଜା ଶ୍ରୀଦିବ୍ୟସିଂହ ଦେବ ଦିନ ୨ଟା ୩୦ରୁ ୩ଟା ୩୦ ମଧ୍ୟରେ ରଥ ଉପରକୁ ଯାଇ ଛେରା ପହଁରା କରିବେ। ପରେ ଚାରମାଳ ଫିଟାଯାଇ ଘୋଡ଼ା ଓ ସାରଥି ଲଗାଯିବ। ଅପରାହ୍ଣ ୪ଟାରେ ରଥଟଣା ଆରମ୍ଭ ପାଇଁ ସମୟ ସ୍ଥିର କରାଯାଇଛି। ସେହିପରି ଜୁନ୍‌ ୨୮ରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହେବ। ପ୍ରାତଃ ୪ଟାରେ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମନ୍ଦିରରେ ମହାପ୍ରଭୁଙ୍କୁ ମଙ୍ଗଳ ଆଳତି କରାଯିବ। ସକାଳ ୫ଟା ୩୦ ସୁଦ୍ଧା ଚତୁର୍ଦ୍ଧା ବିଗ୍ରହଙ୍କୁ ବେଶ କରାଯିବ। ସକାଳ ୫ଟା ୪୫ରୁ ୬ଟା ୪୫ ମଧ୍ୟରେ ଗୋପାଳବଲ୍ଲଭ ଓ ସକାଳଧୂପ, ସେନାପଟା ଲାଗି ଏବଂ ମଙ୍ଗଳାର୍ପଣ ପରେ ଦିନ ୧୨ଟାରେ ଆରମ୍ଭ ହେବ ମହାପ୍ରଭୁଙ୍କ ବାହୁଡ଼ା ପହଣ୍ଡି। ବାହୁଡ଼ାରେ ଅପରାହ୍ଣ ୪ଟା ସୁଦ୍ଧା ରଥଟଣା ଆରମ୍ଭ କରାଯିବ।

Hot this week

ଭୟଙ୍କର ସଡ଼କ ଦୁର୍ଘଟଣା, ଟ୍ରକ୍ ଏବଂ ଅଟୋ ଧକ୍କାରେ ୩ ମୃତ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ଉନ୍ନାଓରେ ଏକ ଭୟଙ୍କର ସଡ଼କ...

ନୋବେଲ ବିଜେତା କାହିଁକି ବାରମ୍ବାର ହେଉଛନ୍ତି ଗିରଫ ? ପୂର୍ବରୁ ହୋଇସାରିଛନ୍ତି ୧୩ଥର

ନୂଆଦିଲ୍ଲୀ: ନୋବେଲ ପୁରସ୍କାର ବିଜେତା ନର୍ଗିସ୍ ମହମ୍ମଦୀ ଏବେ ଚର୍ଚ୍ଚାରେ ରହିଛନ୍ତି।...

ଚାଲାଣ ଛାଡ଼ ପାଇବାର ଶେଷ ସୁଯୋଗ, ଆଜି ବର୍ଷର ଶେଷ ଲୋକ ଅଦାଲତ

ସମାଜ ଡିଜିଟାଲ ଡେସ୍କ: ୨୦୨୫ ବର୍ଷର ଶେଷ ଲୋକ ଅଦାଲତ ଆଜି...

ଟଙ୍କାର ମୂଲ୍ୟହ୍ରାସ ଓ ଦେଶର ଅର୍ଥନୀତି

ବିଶ୍ବର ଅର୍ଥନୈତିକ ଶକ୍ତିଶାଳୀ ରାଷ୍ଟ୍ର ତାଲିକାରେ ଭାରତ ଚତୁର୍ଥ ସ୍ଥାନରେ ରହିଥିବାବେଳେ...

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

Related Articles

Popular Categories