www.samajalive.in
Friday, December 5, 2025
27.1 C
Bhubaneswar

୪୬ ବର୍ଷ ପରେ ଖୋଲିଲା ରତ୍ନଭଣ୍ଡାର: ପ୍ରଥମେ ବାହାର ରତ୍ନଭଣ୍ଡାର ଖୋଲାଗଲା

ପୁରୀ: ଆରମ୍ଭ ହେଲା ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା । ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ରତ୍ନଭଣ୍ଡାର ଖୋଲାଯାଇଛି। ପ୍ରଥମେ ବାହାର ରତ୍ନ ଭଣ୍ଡାର ଖୋଲାଯାଇଥିବା ସୂଚନା ମିଳିଛି। ବାହାର ରତ୍ନଭଣ୍ଡାର ଖୋଲାଯିବା ପରେ ଭିତର ରତ୍ନଭଣ୍ଡାର ଖୋଲାଯିବ।  ଆଜି କେବଳ ରତ୍ନଭଣ୍ଡାର ଯାଞ୍ଚ ହେବ।  ରତ୍ନ ଅଳଙ୍କାର ଗଣତି ହେବନାହିଁ ।  ତେବେ ରତ୍ନଭଣ୍ଡାର ଭିତରକୁ ୧୧ ଜଣ ସଦସ୍ୟ ଯାଇଛନ୍ତି।  ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏଏସଆଇ ଅଧିକ୍ଷକ , ରତ୍ନଭଣ୍ଡାର ସବ୍ କମିଟିର ଜଣେ , ହାଇଲେବୁଲ୍ କମିଟିର ଦୁଇ ଜଣ ସଦସ୍ୟ , ଗଜପତି ମହାରାଜାଙ୍କ ପ୍ରତିନିଧି, ପାଟ୍ଟଯୋଶୀ ମହାପାତ୍ର , ଭଣ୍ଡାର ମେକାପ, ଚଢାଉ କରଣ ଓ ଦେଉଳ କରଣ ରତ୍ନଭଣ୍ଡାର ଭିତରକୁ ଯାଇଛନ୍ତି। ୪୬ ବର୍ଷ ପରେ ରତ୍ନଭଣ୍ଡାର ଖୋଲାଯାଇଛି। ଶେଷଥର ପାଇଁ ୧୯୭୮ ମସିହାରେ ଭିତର ରତ୍ନଭଣ୍ଡାର ଖୋଲିଥିଲା।

Hot this week

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

Related Articles

Popular Categories