www.samajalive.in
Monday, December 15, 2025
27.1 C
Bhubaneswar

ଆଜିଠୁ ପୁଣି ରତ୍ନଭଣ୍ଡାର ମରାମତି : ଦିବା ପହୁଡି ନୀତି ପାଇଁ ବୁଧବାର ବନ୍ଦ ଥିଲା କାମ

ପୁରୀ: ଗୋଟିଏ ଦିନର ବିରତି ପରେ ଆଜିଠୁ ପୁଣି ଆରମ୍ଭ ହୋଇଛି ରତ୍ନଭଣ୍ଡାର ମରାମତି କାମ। ବୁଧବାର ମହାପ୍ରଭୁଙ୍କର ଦିବା ପହୁଡ ନୀତି ପାଇଁ ମରାମତି କାର୍ଯ୍ୟ ବନ୍ଦ ରହିଥିଲା। ତେବେ ମଙ୍ଗଳବାରୁ ଶ୍ରୀମନ୍ଦିର ମରାମତି କାମ ଆରମ୍ଭ ହୋଇଛି। ପ୍ରଥମ ଦିନରେ ଭିତର ଭଣ୍ଡାର ଲୁହା ଭାରା ବନ୍ଧା ଶେଷ ହୋଇଛି। ଏଏସ୍‌ଆଇ ଅଧିକାରୀ ପରୀକ୍ଷାମୂଳକ ଭାବେ ଗୋଟିଏ ପାର୍ଶ୍ୱର କିଛି ଅଂଶରେ ଚୂନ ଛଡ଼ାଇଛନ୍ତି । ପରେ ସମସ୍ତ ଚୂନ ପ୍ଲାଷ୍ଟର ହଟାଯାଇ ସେଠାରେ ନୀଳଗିରିରୁ ଆସୁଥିବା ଉନ୍ନତମାନର ପଥର ଲଗାଯାଇ ମରାମତି କରାଯିବ। ପ୍ରାୟ ୧୫ରୁ ୨୦ କୁଶଳୀ ଶ୍ରମିକଙ୍କୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟରେ ନିୟୋଜିତ କରାଯାଇଥିବା ସୂଚନା ମିଳିଛି। ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ରତ୍ନଭଣ୍ଡାର ମରାମତି କାର୍ଯ୍ୟ କରାଯିବା ସମୟରେ  ମହାପ୍ରଭୁଙ୍କ ନୀତିକାନ୍ତି ଏବଂ ଶ୍ରଦ୍ଧାଳୁଙ୍କ ଦର୍ଶନରେ ଯେଭଳି କୌଣସି ବ୍ୟାଘାତ ସୃଷ୍ଟି ନହୁଏ ସେଥିପ୍ରତି ସ୍ବତନ୍ତ୍ର ଧ୍ୟାନ ଦିଆଯାଇଛି। ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଶ୍ରୀମନ୍ଦିର ପ୍ରଶାସନ ଦ୍ବାରା ନିର୍ଦ୍ଧାରିତ ସମୟ ଅନୁସାରେ କରାଯାଉଛି । ଦ୍ବିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ପ୍ରତ୍ୟେକ ଦିନ ମଧ୍ୟାହ୍ନ ୧ଟା ପରଠାରୁ ସନ୍ଧ୍ୟା ୬ଟା ଯାଏଁ ପ୍ରାୟ ପାଞ୍ଚଘଣ୍ଟା ପର୍ଯ୍ୟନ୍ତ ମରାମତି କାର୍ଯ୍ୟ କରାଯିବ। ରତ୍ନଭଣ୍ଡାର ଚଟାଣରେ ମୂଷା ଗାତ ଥିବାବେଳେ କାନ୍ଥରେ ଫାଟ ରହିଛି। କାନ୍ଥରୁ ପୁରୁଣା ପଥରଗୁଡ଼ିକ କଢ଼ାଯାଇ ନୂଆ ପଥର ଲଗାଯିବା ବ୍ୟବସ୍ଥା କରାଯାଇଛି। ରତ୍ନଭଣ୍ଡାର ଭିତରେ ଥିବା ପୁରୁଣା ଲୁହା ବିମ୍‌ ସ୍ଥାନାନ୍ତର କରାଯାଇ ନୂଆ ବିମ୍ ଲଗାଯିବ। ତିନିମାସ ମଧ୍ୟରେ ରତ୍ନଭଣ୍ଡାର ମରାମତି ଶେଷ ପାଇଁ ଏଏସ୍‌ଆଇ ଲକ୍ଷ୍ୟ ରଖିଛି।

 

- Advertisement -

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories