www.samajalive.in
Sunday, December 7, 2025
16.1 C
Bhubaneswar

ରେଭେନ୍ସା ବିଶ୍ୱଦ୍ୟିାଳୟରେ ପୁଣି ରାଗିଂ ଅଭିଯୋଗ

ସମାଜ ଡିଜିଟାଲ ଡେସ୍କ: ପୁଣି ବିବାଦରେ ରେଭେନ୍ସା ବିଶ୍ୱବିଦ୍ୟାଳୟ । ରାଗିଂ ଅଭିଯୋଗ ଆସିବା ପରେ ୧୦ଜଣ ହଷ୍ଟେଲ ଛାତ୍ରଙ୍କୁ ତୁରନ୍ତ ହଷ୍ଟେଲ ଛାଡିବାକୁ ନିର୍ଦ୍ଦେଶ ଦେଇଛନ୍ତି ବିଶ୍ୱବିଦ୍ୟାଳୟର କର୍ତ୍ତୃପକ୍ଷ । ଆଣ୍ଟି ରାଗିଂ ସେଲର ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି । ଇଷ୍ଟ ହଷ୍ଟେଲରେ ରହୁଥିବା ୟୁଜି ପ୍ରଥମ ବର୍ଷର ଛାତ୍ରଙ୍କୁ କିଛି ସିନିୟର ଛାତ୍ରମାନେ ରାଗିଂ କରିଥିବା ଅଭିଯୋଗ ହୋଇଥିଲା । ଅଭିଯୋଗକୁ ଭିତ୍ତି କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ରବିବାର ବିଳମ୍ବିତ ରାତିରେ ଖବର ପାଇଁ ହଷ୍ଟେଲରେ ପହଞ୍ଚିଥିଲେ କୁଳପତି, ୱାଡେନ ଏବଂ ଅନ୍ୟ ଅଧ୍ୟାପକ ।

ନିକଟରେ ୟୁଜି ପ୍ରଥମ ବର୍ଷ ଛାତ୍ରଛାତ୍ରୀମାନେ ନାମଲେଖା ହୋଇଥିବାରୁ ନୂଆ ଛାତ୍ରମାନେ କ୍ୟାମ୍ପସକୁ ଆସି ରହିଛନ୍ତି । ବାହାର ଜିଲାରୁ ଆସିଥିବା ଛାତ୍ରଛାତ୍ରୀମାନେ ବିଭିନ୍ନ ହଷ୍ଟେଲରେ ରହି ପାଠ ପଢୁଛନ୍ତି । ଇଷ୍ଟ ହଷ୍ଟେଲରେ ପ୍ରାୟ ୪୦ରୁ ଅଧିକ ୟୁଜି ଛାତ୍ର ମାନେ ହଷ୍ଟେଲରେ ରହିଥିବା ବେଳେ ପ୍ରଥମ ଦିନ ତୃତୀୟ ବର୍ଷର ଛାତ୍ରମାନେ ସେମାନଙ୍କୁ ପରିଚୟ ପ୍ରଦାନ କରିବା ଆଳରେ ରାଗିଂ କରିଥିବା ଅଭିଯୋଗ ହୋଇଛି ।

- Advertisement -

 

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories