www.samajalive.in
Sunday, December 7, 2025
15.1 C
Bhubaneswar

ରେଭେନ୍ସା, ବ୍ରହ୍ମପୁରରେ ଅନିୟମିତତାର ତଦନ୍ତ ପାଇଁ କୁଳାଧିପତିଙ୍କ ନିର୍ଦେଶ

ଭୁବନେଶ୍ୱର : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଓ ରେଭେନ୍ସା ବିଶ୍ୱବିଦ୍ୟାଳୟରେ କେତେକ ଅନିୟମିତତା ନେଇ କୁଳାଧିପତି ତଥା ରାଜ୍ୟପାଳଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏହା ଉପରେ ତଦନ୍ତ ପାଇଁ ରାଜ୍ୟପାଳଙ୍କ ସଚିବାଳୟ ପକ୍ଷରୁ ଉଚ୍ଚଶିକ୍ଷା ବିଭାଗକୁ ନିର୍ଦେଶ ଜାରି କରାଯାଇଛି। ରାଜଭବନରୁ ଚିଠି ପାଇବା ପରେ ଏବେ ଉଚ୍ଚଶିକ୍ଷା ବିଭାଗପକ୍ଷରୁ ସମ୍ପୃକ୍ତ ବିଶ୍ୱବିଦ୍ୟାଳୟରେ ହୋଇଥିବା ଅନିୟମିତତା ନେଇ ଖୋଳତାଡ଼ ଆରମ୍ଭ ହୋଇଛି।
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଅନିୟମିତତା ଓ ଆର୍ଥିକ ତୋସରପାତ ନେଇ କୁଳାଧିପତିଙ୍କ ନିକଟରେ ଏକାଧିକ ଅଭିଯୋଗ ପହଞ୍ଚିବା ପରେ ଏହା ଉପରେ ତଦନ୍ତ ପାଇଁ ଗତ ଜୁନ ୨୭ ଓ ଜୁଲାଇ ୨୩ତାରିଖରେ ପୃଥକ ଭାବେ ଉଚ୍ଚଶିକ୍ଷା ବିଭାଗକୁ ନିର୍ଦେଶ ଦିଆଯାଇଥିଲା। ତଦନୁସାରେ ଏହା ଉପରେ ତଦନ୍ତ କରାଯିବା ନିମନ୍ତେ ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ସଚିବ କୃପାସିନ୍ଧୁ ମିଶ୍ର ବିଭାଗୀୟ ଅତିରିକ୍ତ ସଚିବ ପ୍ରଶାନ୍ତ କୁମାର ଦାସଙ୍କ ନିକଟକୁ ଚିଠି ଲେଖିଛନ୍ତି। ଅଭିଯୋଗ ଉପରେ ଅନୁସନ୍ଧାନ କରି ୬୦ ଦିନ ଭିତରେ ରିପୋର୍ଟ ଦେବାକୁ କୁହାଯାଇଛି।

ଅନୁରୂପ ଭାବେ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ହୋଇଥିବା ଅନିୟମିତତା ଉପରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ତଦନ୍ତ ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି। ଏ ସଂକ୍ରାନ୍ତରେ ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ସଚିବ ରେଭେନ୍ସା କୁଳସଚିବଙ୍କୁ ଚିଠି ଲେଖିଛନ୍ତି। ବିଶ୍ୱବିଦ୍ୟାଳୟର ଦୁଇବର୍ଷର ଅଡ଼ିଟ ରିପୋର୍ଟ, ଶିକ୍ଷକ ନିଯୁକ୍ତି, ଅତିଥି ଅଧ୍ୟାପକ ନିଯୁକ୍ତି, କ୍ୟାରିୟର ଆଡ଼ଭାନ୍ସ ସ୍କିମରେ ପଦୋନ୍ନତି ଓ ଅନ୍ୟାନ୍ୟ ପ୍ରସଙ୍ଗରେ ଗତ ଦୁଇ ବର୍ଷ ମଧ୍ୟରେ ହୋଇଥିବା ଅନିୟମିତତା ଅଭିଯୋଗ ଉପରେ ତଦନ୍ତ କରାଯିବ ବୋଲି ସୂଚନା ମିଳିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories