www.samajalive.in
Monday, December 15, 2025
26.1 C
Bhubaneswar

ଅନ୍ତର୍ଜାତୀୟ ଟି-୨୦ରୁ ଜାଡେଜାଙ୍କ ଅବସର

ସମାଜ ଡିଜିଟାଲ ଡେସ୍କ: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟରୁ ବିଦାୟ ନେଇଛନ୍ତି ସାର୍‌ ରବୀନ୍ଦ୍ର ଜାଡେଜା। ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟି-୨୦ ବିଶ୍ଵକପ ଫାଇନାଲ ଜିତି ଭାରତ ଟାଇଟଲ ବିଜୟୀ ହେବା ପରେ ଜାଡେଜା ଅବସର ଘୋଷଣା କରିଛନ୍ତି। ପୂର୍ବରୁ ରୋହିତ ଶର୍ମା ଏବଂ ବିରାଟ କୋହଲି ଅନ୍ତର୍ଜାତୀୟ ଟି-୨୦ କ୍ରିକେଟରୁ ଅବସର ଘୋଷଣା କରିଥିଲେ।

ଜାଡେଜା କ୍ରିକେଟ କ୍ୟାରିୟର ମଧ୍ୟରେ ୭୪ଟି ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ ଖେଳିଛନ୍ତି। ସେଥିରୁ ସେ ୫୧୫ ରନ୍‌ ସଂଗ୍ରହ କରିବା ସହିତ ୫୪ଟି ଓ୍ବିକେଟ ଅକ୍ତିଆର କରିଛନ୍ତି। ଚଳିତ ବିଶ୍ଵକପରେ ସେ ପ୍ରଭାବୀ ପ୍ରଦର୍ଶନ କରିପାରି ନ ଥିଲେ ହେଁ ଅତୀତରେ ଅନେକ ମ୍ୟାଚ ବିଜୟୀ ଇଂନିସ ଖେଳି ଦେଶ ଓ ଦଳ ପାଇଁ ଗୌରବ ଆଣି ଦେଇଛନ୍ତି। ସୂଚନାଯୋଗ୍ୟ, ଗତ ୨୯ ତାରିଖରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ବିଶ୍ଵକପ ଫାଇନାଲ ମ୍ୟାଚ ଖେଳାଯାଇଥିଲା। ଏହି ରୋମାଞ୍ଚଭରା ମ୍ୟାଚରେ ଭାରତ ୭ ରନରେ ଦକ୍ଷିଣ ଆଫ୍ରିକାଠାରୁ ବିଜୟୀ ହୋଇଥିଲା।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories