ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ଦଳର ତାରକା ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ବିଜେପିରେ ସାମିଲ ହୋଇଛନ୍ତି। ଜାମନଗର ବିଧାୟିକା ତଥା ଜାଡେଜାଙ୍କ ପତ୍ନୀ ରିଭାବା ଜାଡେଜା ଗୁରୁବାର ଏକ୍ସ ଜରିଆରେ ଏନେଇ ସୂଚନା ଦେଇଛନ୍ତି। ସେ ଏକ ପୋଷ୍ଟ ମାଧ୍ୟମରେ କହିଛନ୍ତି ଯେ, ରବିନ୍ଦ୍ର ଜାଡେଜା ବିଜେପିର ସଦସ୍ୟତା ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ନିକଟରେ ଟି-୨୦ ଅନ୍ତର୍ଜାତୀୟରୁ ଅବସର ଘୋଷଣା କରିଥିଲେ ଜାଡେଜା।



