www.samajalive.in
Saturday, December 13, 2025
26.1 C
Bhubaneswar

ରାୟଗଡ଼ା ଅବକାରୀ ଅଧିକ୍ଷକ ନିନା ବେଉରା ଗିରଫ

ରାୟଗଡ଼ା: ରାୟଗଡ଼ା ଅବକାରୀ ଅଧିକ୍ଷକ ନିନା ବେଉରାଙ୍କୁ ଗିରଫ କରିଛି ଭିଜିଲାନ୍ସ ଟିମ୍‌ । ଗାଡ଼ିରେ ୬ଲକ୍ଷ ଟଙ୍କା ନେଇ ଆସୁଥିବା ବେଳେ ଭିଜିଲାନ୍ସ ନିନାଙ୍କୁ ଗିରଫ କରିଥିବା ନେଇ ସୂଚନା ମିଳିଛି । ସୂଚନା ଅନୁଯାୟୀ ଏନେଇ ଭିଜିଲାନ୍ସ ବିଶେଷ ସୂତ୍ରରୁ ଖବର ପାଇବା ପରେ ଖୋର୍ଦ୍ଧା ନିକଟରେ ନିନାଙ୍କ ଗାଡ଼ିକୁ ପିଛା କରିଥିଲା । ପରେ ଭିଜିଲାନ୍ସ  ନିନାଙ୍କ ଗାଡ଼ିକୁ ଅଟକାଇବା ସହ ଏତେ ପରିମାଣର ଟଙ୍କାକୁ ନେଇ ପ୍ରଶ୍ନ କରିଥିଲା । ହେଲେ ଟଙ୍କାକୁ ନେଇ ନିନା କୌଣସି ପ୍ରକାରର ସନ୍ତୋଷ ଜନକ ଉତ୍ତର ଦେଇ ପାରିନଥିବାରୁ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି । ସେପଟେ ଏନେଇ ନିନାଙ୍କ ବାସ ଭବନରେ ଚଢ଼ାଉ କରାଯିବାକୁ ପ୍ରାୟସ କରିଥିଲା ଭିଜିଲାନ୍ସ । ହେଲେ ତାଙ୍କ ଘରେ ଚଢ଼ାଉ ହୋଇପାରିନାହିଁ । ନିନାଙ୍କ ସ୍ୱାମୀ ମାହାଙ୍ଗା ଥାନାରେ ଆଇଆଇସି ଭାବେ କାର୍ଯ୍ୟ କରୁଥିବା ବେଳେ ସେ ଏ ସମ୍ପର୍କରେ ସୂଚନା ପାଇ ଘରେ ତାଲା ପକାଇ କେଉଁ ଆଡେ ପଳାଇଥିବା ଖବର ଆସିଛି । ଫଳରେ ତାଙ୍କୁ ଭୁବନେଶ୍ୱର ଭିଜିଲାନ୍ସ ଅଫିସରେ ହାଜର ହେବାକୁ ନିର୍ଦେଶ ଦିଆଯାଇଛି ।

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories