www.samajalive.in
Saturday, December 6, 2025
26.1 C
Bhubaneswar

ବଜ୍ରାଘାତ ନେଲା ବୃଦ୍ଧାଙ୍କ ଜୀବନ: ସରକାରୀ ସହାୟତା ଦାବି

କଲ୍ୟାଣସିଂହପୁର : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଖରଜୋଡା ଗାଁରେ ଅଭାବନୀୟ ଘଟଣା ଘଟିଛି। ବଜ୍ରାଘାତରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ଘଟିଛି। ମୃତକ ଯମୁନା ମହାନନ୍ଦିଆ ବୋଲି ଜଣାପଡିଛି। ଆଜି ସକାଳେ ଯମୁନା ନିଜ ବିଲରୁ କାମ ସାରି ଫେରିବା ବେଳେ ପ୍ରବଳ ଜୋରରେ ବର୍ଷା ହୋଇଥିଲା। ଫଳରେ ସେ ନିକଟରେ ଥିବା ଏକ ଗଛ ମୂଳରେ ଆଶ୍ରୟ ନେଇଥିଲେ। ହେଲେ ହଟାତ ଘଡଘଡି ସହ ବିଜୁଳି ମାରିବାରୁ  ବଜ୍ରାଘାତରେ ଯମୁନା ଗୁରୁତର ହୋଇଥିଲେ। ତୁରନ୍ତ ସ୍ଥାନୀୟ ଲୋକେ ତାଙ୍କୁ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଯମୁନାଙ୍କ ଅକାଳ ବିୟୋଗକୁ ନେଇ ଗାଁରେ ଶୋକର ଛାୟା ଖେଳିଯାଇଛି। ଗରିବ ପରିବାର ହୋଇଥିବାରୁ ସରକାରଙ୍କ ପକ୍ଷରୁ ସହାୟତା ରାଶି ଯୋଗାଇ ଦେବାକୁ ଦାବି ହୋଇଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories