www.samajalive.in
Tuesday, December 9, 2025
26.1 C
Bhubaneswar

ହଇଜା ନେଲା ଆଉ ୨ ଜୀବନ !

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି ହଇଜା ଆକ୍ରାନ୍ତଙ୍କ ମୃତ୍ୟୁ । ଗତକିଛି ଦିନ ହେଲା ରାଜ୍ୟରେ ହଇଜା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳ ଧୀରେ ଧୀରେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଥିବା ନଜର ଆସିଲାଣି । ମିଳିଥିବା ସୂଚନା ଅନୁସାରେ ଆଜି ହଇଜାରେ ଆଉ ୨ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ରାୟଗଡ଼ା କାଶୀପୁରରେ ହଇଜା ଯୋଗୁ ୨ଜଣ ମହିଳାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଆଜିର ଏହି ଦୁଇ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ହଇଜା ମୃତ୍ୟୁସଂଖ୍ୟା ୧୦କୁ ବୃଦ୍ଧି ପାଇଛି । ହାଡ଼ିଗୁଡ଼ା ପଞ୍ଚାୟତ କୁଗୁପୁଟରେ ଜଣେ ମହିଳା ଆକ୍ରାନ୍ତଙ୍କ ଜୀବନ ଯାଇଥିବା ବେଳେ, ଟିକିରି ପଞ୍ଚାୟତର ଜାମୁଗୁଡ଼ରେ ଆଉ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ବର୍ତ୍ତମାନ ହଇଜାକୁ ନେଇ ସମ୍ପୃକ୍ତ ଅଞ୍ଚଳରେ ଆତଙ୍କ ଦେଖାଦେଇଛି ।

Hot this week

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

ଜନ୍ମଦିନରେ ସୋନିଆ ଗାନ୍ଧୀଙ୍କୁ ଝଟକା: କୋର୍ଟରୁ ନୋଟିସ୍‌

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ବଡ...

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

Related Articles

Popular Categories