www.samajalive.in
Friday, December 5, 2025
23.1 C
Bhubaneswar

ବାଇକକୁ ଧକ୍କାଦେଲା ଟ୍ୟାଙ୍କର; ୨ ମୃତ, ଜଣେ ଆହତ

ରାୟଗଡ଼ା : ରାୟଗଡା ଜିଲା କାଶିପୁର ବ୍ଲକ ଟିକିରି ଥାନା ଅନ୍ତର୍ଗତ ଶଙ୍କରଡା ଗାଁ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ଏକ ଟ୍ୟାଙ୍କର ବାଇକ୍‌କୁ ଧକ୍କା ଦେବା ଫଳରେ ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହେଇଛନ୍ତି। ମୃତକଙ୍କ ମଧ୍ୟରେ ଟିକିରି ଥାନା ଅନ୍ତର୍ଗତ ଡେଙ୍ଗାଗୁଡା ଗାଁର ମହେଶ୍ବର ମାଝୀ ଓ ଶଙ୍କରଡା ପଞ୍ଚାୟତ ଅନ୍ତର୍ଗତ କୁପାଖାଲ ଗାଁର ଓଡିଆ ମାଝୀ ବୋଲି ଜଣାପଡ଼ିଛି । ଆହତ ଜଣକ ହେଉଛନ୍ତି ଡେଙ୍ଗାଗୁଡା ଗାଁର ସୁରେଶ ମାଝୀ, ଏମାନେ ରାତି ପାଖାପାଖି ୧ଘଣ୍ଟା ସମୟରେ କୌଣସି କାମର ରାଫକଣା ଠାରୁ ଟିକିରି ଅଭିମୁଖେ ଫେରୁଥିବା ସମୟରେ ଉତ୍କଳ ଆଲୁମିନା କାରଖାନାରୁ ଆଲୁମିନା ପାଉଡର ବୋଝେଇ କରି ଟ୍ୟାଙ୍କର ବାଇକ୍‌କୁ ଧକ୍କା ଦେବା ଫଳରେ ଘଟଣା ସ୍ଥଳରେ ହିଁ ୨ ଜଣ ଙ୍କର ମୃତ୍ୟ ହୋଇଥିଲା। ଆହତ ସୁରେଶ ମାଝୀଙ୍କୁ ଉଷାପଡାସ୍ଥିତ ଉତ୍କଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଖବର ପାଇ ଟିକିରି ଅଗ୍ନିଶମ ବିଭାଗ ଘଟଣାର ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବାବେଳେ ରାୟଗଡ଼ା ଏସଡିପିଓ ଦେବଜ୍ୟୋତି ଦାଶଙ୍କ ସହିତ ଟିକିରୀ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। କ୍ଷତି ପୂରଣ ଦାବିରେ ଘଟଣା ସ୍ଥଳରେ ରାସ୍ତା ଅବରୋଧ କରାଯାଇଥିବା ଜଣାପଡ଼ିଛି।

Hot this week

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

Related Articles

Popular Categories