www.samajalive.in
Sunday, December 7, 2025
26.1 C
Bhubaneswar

ମୁନିଗୁଡା ଅଞ୍ଚଳରେ ମାଓ ପୋଷ୍ଟର : ମନ୍ତ୍ରୀ ଓ ନେତାଙ୍କୁ ଲାଲବାହିନୀର ଚେତାବନୀ

ରାୟଗଡା : ରାୟଗଡା ଜିଲା ମୁନିଗୁଡା ଥାନା ଅନ୍ତର୍ଗତ ରାମନାକୁପୁଲି ଛକରେ ମାଓ ବ୍ୟାନର ଓ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି । ଏଥିରେ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ସମେତ କିଛି ବିଜେଡି ନେତାଙ୍କୁ ଚେତାବନୀ ଦିଆଯାଇଥିବା ଏହି ପୋଷ୍ଟରରେ ଉଲ୍ଲେଖ ରହିଛି । ସେଥିରେ ରାୟଗଡା ଜିଲାରେ ନିର୍ଦୋଷ ଲୋକ ଓ ଜନ ଆନ୍ଦୋଳନକାରୀଙ୍କୁ ରାତି ଅଧିଆ ଓ ବାଟଘାଟରୁ ଉଠାଇନେବା, ଲୁଚାଇମାଡ଼ ଦେବା, ମିଛ ମାମଲାରେ ଜେଲରେ ରଖିବା ବନ୍ଦ କରିବାକୁ ଚେତାବନୀ ଦିଆଯାଇଛି। ଜେଲରେ ଥିବା ସମସ୍ତ ବନ୍ଦୀଙ୍କୁ ତୁରନ୍ତ ଖଲାସ କର, ନଚେତ ଏସବୁ ଚକ୍ରାନ୍ତ ପଛରେ ଦାୟୀ ଥିବା ବିଜେଡି ନେତା ଜଗନ୍ନାଥ ସାରକା, ନାକିଟି ଭାସ୍କର, ସୁଧୀର ଦାସଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବ୍ୟାନର ଓ ପୋଷ୍ଟରରେ ସିପିଆଇ (ମାଓବାଦୀ) ବାଘୁନା ଡିଭିଜିନାଲ କମିଟି ତରଫରୁ ଲାଗିଥିବା ପୋଷ୍ଟରରେ ଉଲ୍ଲେଖ ରହିଛି। ଖବର ପାଇ ମୁନିଗୁଡା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମାଓ ବ୍ୟାନର ଓ ପୋଷ୍ଟରକୁ ଜବତ କରିଛି ।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories