www.samajalive.in
Saturday, December 6, 2025
19.1 C
Bhubaneswar

ଅଟୋ ଚାଳକଙ୍କୁ ଗଳା କାଟି ହତ୍ୟା !

ରାୟଗଡା: କୋରାପୁଟ ଜିଲ୍ଲା ବନ୍ଧୁଗାଁ ଥାନା ଗାରିଡି ଗାଁରେ ଅଭାବନୀୟ ଘଟଣା ଘଟିଛି। ଜଣେ ଅଟୋ ଚାଳକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକ ବଳରାମ ଖରା ବୋଲି ଜଣାପଡିଛି। ଆଜି ସକାଳୁ କିଛି ସ୍ଥାନୀୟ ଲୋକ ଫୁଲଜବା ନିକଟରେ ବଳରାମଙ୍କର ମଁଅତଦେହ ପଡିଥିବା ଦେଖିବାକୁ ପାଇଥିଲେ। ଏବଂ ପରେ ଏ ନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ବଳରାମ କୋରାପୁଟ ଲକ୍ଷ୍ମୀପୁରରୁ ଅଟୋ ନେଇ ନୂଆପଡା ଆସୁଥିବାବେଳେ ଏଭଳି ଅଘଟଣ ଘଟିଛି। ଭଡାରେ ନେବାକୁ କହି କେହି ଦୁର୍ବୃତ୍ତ ତାଙ୍କ ଗଳା କାଟି ବିଭତ୍ସ ଭାବେ ହତ୍ୟା କରିଥିବା ପୁଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଛି।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories