www.samajalive.in
Sunday, December 7, 2025
15.1 C
Bhubaneswar

ଘର କାନ୍ଥ ପଡି ଝିଅ ମୃତ, ବାପା ମାଆ ଗୁରୁତର

ରାୟଗଡ଼ା: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ଥାନା କୁଲୁମୁଇ ଗାଁରେ ଅଘଟଣ ଘଟିଛି। ଘର କାନ୍ଥ ପଡ଼ି ଝିଅର ମୃତ୍ୟୁ ଘଟିଥିବାବେଳେ ବାପା ଏବଂ ମାଆ ଗୁରୁତର ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ ଗତ କିଛି ଦିନ ହେବ ସକ୍ରିୟ ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି। ଶନିବାର ରାତିରେ ବାପା, ମାଆଙ୍କ ସହ ନାବାଳିକା ଝିଅଟି ଘରେ ଶୋଇଥିଲା। ଏହି ସମୟରେ ହଠାତ୍ ଘରର ଏକ କାନ୍ଥ ସେମାନଙ୍କ ଉପରେ ପଡ଼ିଯାଇଥିଲା। ଫଳରେ  ଘଟଣାସ୍ଥଳରେ ଝିଅଟିର ଜୀବନ ଚାଲି ଯାଇଥିଲା।  ଏବଂ ବାପା ମାଆଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories