www.samajalive.in
Monday, December 15, 2025
24.1 C
Bhubaneswar

ନବୀନଙ୍କୁ ଭେଟିଲେ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ

ଭୁବନେଶ୍ବର: ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଗୁରୁବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତପରେ ଏହା ଏକ ସୌଜନ୍ୟମୂଳକ ସାକ୍ଷାତକାର ଥିଲା ବୋଲି ଶକ୍ତିକାନ୍ତ ଦାସ କହିଥିଲେ। ମୁଖ୍ୟମନ୍ତ୍ରୀ ଆଲୋଚନା ସମୟରେ ରାଜ୍ୟରେ ବ୍ୟାଙ୍କିଙ୍ଗ ସେବାରେ ଉନ୍ନତି ସହ ବ୍ୟାଙ୍କଗୁଡ଼ିକର ଅଧିକ ଶାଖା ବୃଦ୍ଧି କରିବା, କୃଷକଙ୍କୁ ବ୍ୟାଙ୍କ ମାଧ୍ୟମରେ କିପରି ଅଧିକ ପରିମାଣର ଋଣ ଦିଆଯାଇପାରିବ ସେ ସମ୍ପର୍କରେ ଆଲୋଚନା କରିଥିଲେ।

ରିଜର୍ଭବ୍ୟାଙ୍କର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଓଡିଶାରେ ଆୟୋଜିତ ହେଉଥିବା ରିଜର୍ଭବ୍ୟାଙ୍କର ସେଣ୍ଟ୍ରାଲ ବୋର୍ଡ ବୈଠକରେ ଯୋଗଦେବା ପାଇଁ ଓଡିଶା ଗସ୍ତରେ ଅଛନ୍ତି। ଓଡିଶାରେ ୨୦୧୨ ମସିହାରେ ରିଜର୍ଭବ୍ୟାଙ୍କର ସେଣ୍ଟ୍ରାଲ ବୋର୍ଡ ବୈଠକ ହୋଇଥିଲା। ଏହାର ୭ ବର୍ଷ ପରେ ଓଡିଶାରେ ପୁଣିଥରେ ଏହି ବୈଠକ ଅନୁଷ୍ଠିତ ହେଉଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories