www.samajalive.in
Saturday, December 6, 2025
26.1 C
Bhubaneswar

ହସ୍ପିଟାଲରେ ଭର୍ତ୍ତି ହେଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ

ନୂଆଦିଲ୍ଲୀ : ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ ସ୍ୱାସ୍ଥ୍ୟାବସ୍ଥା ହଠାତ୍‌ ବିଗିଡିବାରୁ ତାଙ୍କୁ ତୁରନ୍ତ ଚେନ୍ନାଇ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି । ମିଳିଥିବା ସୂଚନାନୁଯାୟୀ, ତାଙ୍କର ଏସିଡିଟି ସମସ୍ୟା ଥିବା ସହ ସ୍ୱାସ୍ଥ୍ୟ ଅବସ୍ଥା ହଠାତ୍‌ ଖରାପ ହୋଇଥିଲା । ଏଥିପାଇଁ ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।
କେନ୍ଦ୍ରୀୟ ବ୍ୟାଙ୍କର ପ୍ରବକ୍ତା ମଧ୍ୟ ଏହି ଖବର ସ୍ପଷ୍ଟ କରିଛନ୍ତି । ସେ କହିଛନ୍ତି, ଶକ୍ତିକାନ୍ତ ଦାସଙ୍କ ଏସିଡିଟି ସମସ୍ୟା ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏସିଡିଟି ସମସ୍ୟା ଅତ୍ୟଧିକ ବଢି ଯିବାରୁୁ ଅବସ୍ଥା ଗୁରୁତର ହୋଇଥିଲା । ଚିକିତ୍ସା ପରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ ପରିବର୍ତ୍ତନ ଆସିଛି । ୩ ରୁ ୪ ଘଣ୍ଟା ପରେ ତାଙ୍କୁ ଡିସଚାର୍ଜ କରାଯିବ ବୋଲି କୁହାଯାଉଛି । ତେବେ ଏନେଇ ହସ୍ପିଟାଲ ପକ୍ଷରୁ କୌଣସି ସୂଚନା ମିଳିନାହିଁ ।

ବାସ୍ତୁ: କେମିତି ଜାଣିବେ ଘରେ ଅଛି ନକରାତ୍ମକ ଶକ୍ତି, ଚୁଟ୍‌କିରେ କରନ୍ତୁ ସମସ୍ୟାର ସମାଧାନ..

- Advertisement -

 

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories