www.samajalive.in
Tuesday, December 9, 2025
16.1 C
Bhubaneswar

ବଢିବନି ହୋମ୍‌‌ ଲୋନ୍‌‌ ଇଏମ୍‌‌ଆଇ; ୧୦ମ ଥର ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌‌

ସମାଜ ଡିଜିଟାଲ ଡେସ୍କ: ଅପରିବର୍ତ୍ତିତ ରହିଛି ରେପୋ ରେଟ୍‌‌। ଲଗାତାର ୧୦ମ ଥର ପାଇଁ ପ୍ରମୁଖ ସୁଧହାର ତଥା ରେପୋ ରେଟରେ କୌଣସି ପରିବର୍ତ୍ତନ କରିନାହିଁ ଆରବିଆଇ। ଆଜି ଏମପିସିର ନିଷ୍ପତ୍ତି ଘୋଷଣା କରି ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ତଥା ଏମପିସି ଅଧ୍ୟକ୍ଷ ଶକ୍ତିକାନ୍ତ ଦାସ ଏହି ସୂଚନା ଦେଇଛନ୍ତି। ରେପୋ ରେଟ୍‌‌ ଅପରିବର୍ତ୍ତିତ ରହିଥିବାରୁ ହୋମ୍‌‌ ଲୋନ୍‌‌ ଇଏମ୍‌‌ଆଇ ମଧ୍ୟ ବଢିବ ନାହିଁ। ଶକ୍ତିକାନ୍ତ ଦାସ କହିଛନ୍ତି ଯେ ଏମପିସି ବୈଠକରେ ରେପୋ ରେଟ୍‌‌ କୁ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ହୋଇଛି। ସେହିପରି ରିଭର୍ସ ରେପୋ ରେଟକୁ ୩.୩୫% ଓ ବ୍ୟାଙ୍କ ରେଟକୁ ୬.୭୫%ରେ ସ୍ଥିର ରହିଛି। ନୀତିଗତ ଆଭିମୁଖ୍ୟକୁ ମଧ୍ୟ ନ୍ୟୁଟ୍ରଲ ରଖାଯାଇଛି। ସେହିପରି ପ୍ରଥମ ତ୍ରୈମାସରେ ଜିଡିପି ଅଭିବୃଦ୍ଧି ହାର ୬.୭ପ୍ରତିଶତ ହେବ ବୋଲି ଆକଳନ କରାଯାଇଛି। ସୂଚନା ଅନୁସାରେ ସୋମବାରଠାରୁ ଆରବିଆଇର ମୁଦ୍ରା ନୀତି କମିଟିର ବୈଠକ ଆରମ୍ଭ ହୋଇଛି।

 

Hot this week

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

Related Articles

Popular Categories