www.samajalive.in
Monday, December 15, 2025
14.1 C
Bhubaneswar

ମୃତକଙ୍କ ପରିବାରକୁ ୧୦ ଲକ୍ଷର ସହାୟତା ଘୋଷଣା କଲା ଆରସିବି

ସମାଜ ଡିଜିଟାଲ ଡେସ୍କ: ବେଙ୍ଗାଲୁରୁ ଦଳାଚକଟା ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛି ରୟାଲ ଚାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି)। ଏ ନେଇ ଆରସିବି ପକ୍ଷରୁ କୁହାଯାଇଛି ଯେ, ଏହି  ଦୁର୍ଭାଗ୍ୟପୂର୍ଣ୍ଣ ଘଟଣା ଆରସିବି ପରିବାରକୁ ବହୁ ମାନସିକ ଯନ୍ତ୍ରଣା ଦେଇଛି। ଏହି ଦୁଃଖଦ ସମୟରେ ମୃତକଙ୍କ ପରିବାର ସହିତ ଆରସିବି ଛିଡ଼ା ହୋଇଛି। ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ ସହାୟତା ଦିଆଯିବ। ଏହା ସହିତ ଆହତମାନଙ୍କ ପାଇଁ ଏକ ଆରସିବି କେୟାର୍ସ ପାଣ୍ଠି ତିଆରି ହୋଇଛି।

ଆରସିବି ପ୍ରଥମ ଆଇପିଏଲ ଟାଇଟଲ ହାସଲ କରିବା ପରେ ଏମ. ଚିନ୍ନାସ୍ଵାମୀ ଷ୍ଟାଡିୟମରେ ବିଜୟ ଉତ୍ସବ ମନାଇବା ସମୟରେ ଦଳାଚକଟା ଘଟି ୧୧ ଜଣ ପ୍ରଶଂସକଙ୍କ ମୃତ୍ୟୁ ଘଟିଥିଲା। ୧୫୦ରୁ ଅଧିକ ପ୍ରଶଂସକ ଏହି ଘଟଣାରେ ଆହତ ହୋଇଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories