www.samajalive.in
Monday, December 15, 2025
17.1 C
Bhubaneswar

ଦକ୍ଷିଣାଞ୍ଚଳ ରାଜସ୍ବ କମିଶନରଙ୍କ ନବରଙ୍ଗପୁର ଗସ୍ତ; କାରୋନା ସ୍ଥିତି ଓ ଉନ୍ନୟନ କାର୍ଯ୍ୟର ସମୀକ୍ଷା

ନବରଙ୍ଗପୁର : ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ଟି. ଆଓ ନବରଙ୍ଗପୁର ଜିଲ୍ଲା ଗସ୍ତରେ ଆସି ସ୍ଥାନୀୟ ସର୍କିଟ ହାଉସ ଠାରେ ଅନୁଷ୍ଠିତ ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକରେ ଯୋଗଦେଇ ଜିଲ୍ଲାରେ ମହାମାରୀ କାରୋନାର ନିୟନ୍ତ୍ରଣ ସ୍ଥିତି, ଟିକାକରଣ, ଉନ୍ନତ ସ୍ବାସ୍ଥ୍ୟ ସେବା, ଆରଟିପିସିଆର ଟେଷ୍ଟିଂ, ଅମ୍ଳଜାନ ପ୍ଲାଣ୍ଟ, ବିଜୁ ଏକ୍ସପ୍ରେସ, ଭାରତ ମାଳା ପ୍ରକଳ୍ପ, ରାଜସ୍ୱ ଆୟ ଇତ୍ୟାଦି ବିଷୟରେ ସମୀକ୍ଷା କରିଥିଲେ। ବିଶେଷକରି ଗ୍ରାମାଞ୍ଚଳରେ ସୂଚନା, ଶିକ୍ଷା ଓ ଯୋଗାଯୋଗ (ଆଇ.ଇ.ସି)କାର୍ଯ୍ୟକ୍ରମ ମାଧ୍ୟମରେ ଲୋକଙ୍କୁ ବ୍ୟାପକ ସଚେତନ କରି ଟିକାକରଣ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲାପାଳ ଡକ୍ଟର ଅଜିତ କୁମାର ମିଶ୍ର କରୋନାର ସଫଳ ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ଦ୍ବାରା ନିଆଯାଇଥିବା ବିଭିନ୍ନ କାର୍ୟ୍ୟକ୍ରମ, ଜିଲ୍ଲାରେ ଚାଲିଥିବା ଉନ୍ନୟନ ମୂଳକ କାର୍ୟ୍ୟକ୍ରମ ସମ୍ପର୍କରେ ରାଜସ୍ବ କମିଶନରଙ୍କୁ ଅବଗତ କରାଇଥିଲେ। ସମୀକ୍ଷା ବୈଠକ ପରେ ରାଜସ୍ବ କମିଶନର ଜିଲ୍ଲା ଚିକିତ୍ସାଳୟ ପରିଦର୍ଶନ କରି ଆରଟି-ପିସିଆର ପରୀକ୍ଷା କେନ୍ଦ୍ର, ଆଇସିୟୁ, ଜିଲ୍ଲା ଚିକିତ୍ସାଳୟ ଉପର ମହଲାରେ ନିର୍ମାଣାଧୀନ ଥିବା ବର୍ଦ୍ଧିତ ୨୦୦ ଶଯ୍ୟା ବିଶିଷ୍ଟ ୱାର୍ଡ, ଜିଲ୍ଲା ଡାକ୍ତର ଖାନା ପରିସର ମଧ୍ୟରେ ନିର୍ମାଣଧୀନ ଥିବା ଅମ୍ଳଜାନ ପ୍ଲାଣ୍ଟ ବୁଲି ଦେଖିବା ସହିତ ନବରଙ୍ଗପୁର ଦହଣା, ଦିଗିସଲପା ରାସ୍ତାକୁ ସଂଯୋଗ କରୁଥିବା ନାଳ ଉପରେ ୩ କୋଟି ୭୪ ଲକ୍ଷ ବ୍ୟୟ ଅଟକଳରେ ନିର୍ମାଣାଧୀନ ଥିବା ଏଚ ଏଲ୍ ବ୍ରିଜ କାମ ଦେଖିଥିଲେ ଏବଂ ନିର୍ଦ୍ଧାରିତ ସମୟ ମଧ୍ୟରେ ନିର୍ମାଣାଧୀନ ଥିବା ସମସ୍ତ କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ପାଇଁ ଏଥି ସଂପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥିରେ ଜିଲ୍ଲାପାଳ ଡକ୍ଟର ଅଜିତ କୁମାର ମିଶ୍ର, ପ୍ରକଳ୍ପ ନିର୍ଦ୍ଦେଶକ ରମାକାନ୍ତ ନାୟକ, ଅତିରିକ୍ତ ଜିଲ୍ଲାପାଳ ରତ୍ନାକର ସାହୁ, ଉପଜିଲ୍ଲାପାଳ ଭାସ୍କର ରଇତ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡକ୍ଟର ଶୋଭା ରାଣୀ ମିଶ୍ର,  ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରଫୁଲ୍ଲ କୁମାର ମିଶ୍ର, ପ୍ରମୁଖ ଯୋଗଦେଇଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories