www.samajalive.in
Thursday, December 11, 2025
27.1 C
Bhubaneswar

ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି : ଦିନକରେ ୨୯,୪୨୯ ସଂକ୍ରମିତ, ୫୮୨ ମୃତ

ନୂଆଦିଲ୍ଲୀ : ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି। ପ୍ରତିଦିନ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ​‌ହୋଇ ବଢିବାରେ ଲାଗିଛି । ଦେଶରେ ଆଜି ପୁଣି ୨୯ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୯ ଲକ୍ଷ ୩୬ ହଜାରକୁ ବୃଦ୍ଧି ପାଇଛି। ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୮୨ ମୃତ୍ୟୁ ମୋଟ୍ ମୃତ୍ୟୁ ସଂଖ୍ୟା ୨୪ ହଜାର ଟପିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।


ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୯ ହଜାର ୪୨୯ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ଦେଶରେ ଚିହ୍ନଟ ହେଉଥିବା ଦୈନିକ ରେକର୍ଡ ଭାଙ୍ଗିଛି। ଏହା ସହ ୨୪ ଘଣ୍ଟାରେ ୫୮୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଥିବା ଜଣାପଡ଼ିଛି। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୯ ଲକ୍ଷ ୩୬ ହଜାର ୧୮୧ ରେ ପହଞ୍ଚିଛି । ଭାରତରେ ୨୪ ହଜାର ୩୦୯ କୁ ବୃଦ୍ଧି ହୋଇଛି ମୃତ୍ୟୁ ସଂଖ୍ୟା । ମୋଟ୍ ସଂକ୍ରମିତ ମଧ୍ୟରୁ ୫ ଲକ୍ଷ ୯୨ ହଜାର ୩୩୨ ଜଣ ସୁସ୍ଥ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଲକ୍ଷ ୧୯ ହଜାର ୨୪୦ ସକ୍ରିୟ ଅଛନ୍ତି। ଏବେ ୩ ଲକ୍ଷ ୧୯ ହଜାର ୨୪୦ ଜଣ ଆକ୍ରାନ୍ତ ଦେଶର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Hot this week

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

Related Articles

Popular Categories