www.samajalive.in
Sunday, December 14, 2025
26.1 C
Bhubaneswar

ଦିଲ୍ଲୀରେ ୮ ବର୍ଷର ରେକର୍ଡ ଭାଙ୍ଗିଲା ତାତି, ତେଲେଙ୍ଗାନାରେ ଅଂଶୁଘାତରେ ୧୭ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ .- ଦିଲ୍ଲୀରେ ତାପମାତ୍ରା ୮ ବର୍ଷର ରେକର୍ଡ ଭାଙ୍ଗିଛି । କେବଳ ଦିଲ୍ଲୀ ନୁହେଁ ଅଧା ଭାରତରେ ଏବେ ପ୍ରବଳ ଗରମ ଅନୁଭୂତ ହେଉଛି । ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଏପରି ସ୍ଥିତି ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେଲଙ୍ଗାନା, କର୍ଣ୍ଣାଟକ, ହରିୟାନା, ମହାରାଷ୍ଟ୍ର,ଚଣ୍ଡୀଗଡ, ଦିଲ୍ଲୀ, ପଞ୍ଜାବ, ପୂର୍ବ ଉତ୍ତରପ୍ରଦେଶ, ରାଜସ୍ଥାନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ ।

ତେଲେଙ୍ଗାନାରେ ଅଂଶୁଘାତରେ ୧୭ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଦିଲ୍ଲୀରେ ତାତି ୮ ବର୍ଷର ରେକର୍ଡ ଭାଙ୍ଗିଛି। ପାଲାମ ବେଦଶାଳାରେ ୪୬.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ପୂର୍ବରୁ ୨୦୧୩ ମସିହାରେ ୪୭.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା । ୧୯୯୮ ମେ ୨୬ ତାରିଖରେ ଦିଲ୍ଲୀରେ ସର୍ବାଧିକ ୪୮.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା ।

Hot this week

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

Related Articles

Popular Categories