www.samajalive.in
Sunday, December 7, 2025
26.1 C
Bhubaneswar

କରୋନା ଆରୋଗ୍ୟ ହାର ୬୩.୨୪%କୁ ବୃଦ୍ଧି, ମୃତ୍ୟୁ ସଂଖ୍ୟା ୨୪, ୩୦୯

ନୂଆଦିଲ୍ଲୀ : ଦେଶରେ କରୋନା ଆରୋଗ୍ୟ ହାର ୬୩.୨୪%କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୦ ହଜାର ୫୭୨ ଜଣ ସଂକ୍ରମିତ ଆରୋଗ୍ୟ ଲାଭ କରିବା ସହ ଏପର୍ଯ୍ୟନ୍ତ ମୋଟ୍‍ ୫ଲକ୍ଷ ୯୨ ହଜାର ୩୨ ଜଣ ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି। ସେହିପରି ୩ ଲକ୍ଷ ୧୯ ହଜାର ୮୪୦ ସକ୍ରିୟ ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟରୁ ମିଳିଥିବା ତଥ୍ୟ ଅନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୯ ହଜାର ୪୨୯ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ସଂକ୍ରମିତ ଲୋକଙ୍କ ସଂଖ୍ୟା ୯ ଲକ୍ଷ ୩୬ ହଜାର ୧୮୧ ରହିଛି। ସେହିପରି ଗୋଟିଏ ଦିନରେ ୫୮୨ ଜଣ ସଂକ୍ରମିତଙ୍କ  ମୃତ୍ୟୁ ଘଟିବା ସହ ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୪ ହଜାର ୩୦୯ରେ ପହଞ୍ଚିଛି। ଦେଶରେ କରୋନା ମୃତ୍ୟୁହାର ୨.୬ ଭାଗ ରହିଛି।

ଭାରତୀୟ ଭେଷଜ ଗବେଷଣା ପରିଷଦ କହିଛି, ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩ଲକ୍ଷ ୨୦ ହଜାର ୧୬୧ଟି ନମୁନା ପରୀକ୍ଷା କରାଯାଇଛି। ଗୋଟିଏ ଦିନ ଭିତରେ ଏହା ହେଉଛି ସର୍ବାଧିକ ନମୁନା ପରୀକ୍ଷଣ। ଏହାକୁ ମିଶାଇ ଏପର୍ଯ୍ୟନ୍ତ ୧କୋଟି
୨୪ ଲକ୍ଷ ୧୨ ହଜାର ୬୬୪ଟି ନମୁନାର ପରୀକ୍ଷା କରାଯାଇଛି। ସେହିପରି ଦେଶରେ ମୋଟ୍‍ ୧ ହଜାର ୨୨୩ଟି ପରୀକ୍ଷାଗାରରେ କୋଭିଡ୍‍-୧୯ ନମୁନା ପରୀକ୍ଷା କରାଯାଉଛି। ସେଗୁଡ଼ିକ ମଧ୍ୟରୁ ୮୬୫ଟି ସରକାରୀ ପରୀକ୍ଷାଗାର ଓ ୩୫୮ଟି ବେସରକାରୀ ପରୀକ୍ଷାଗାର ରହିଛି।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories