୯ ଜିଲାକୁ ରେଡ୍ ଆଲର୍ଟ
ଭୁବନେଶ୍ବର : ବାତ୍ୟା ପ୍ରଭାବରେ ଆଜି ମଧ୍ୟ ବର୍ଷା ଲାଗି ରହିବ । ଏହାକୁ ନଜରରେ ରଖି ୯ ଜିଲାକୁ ରେଡ୍ ଆଲର୍ଟ ଜାରି ହୋଇଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । ଆଜି ପାଇଁ ରାଜ୍ୟର ୯ ଜିଲାକୁ ରେଡ୍ ଆଲର୍ଟ ଜାରି ହୋଇଛି । ଅନୁଗୁଳ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଯାଜପୁର, ଭଦ୍ରକ, ଢେଙ୍କାନାଳ ଓ ପୁରୀ ଜିଲାକୁ ରେଡ୍ ଆଲର୍ଟ ଜାରି ହୋଇଛି । ଓଡିଶା ଉପକୂଳ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।
Comments are closed.