ରେଡକ୍ରସ ପକ୍ଷରୁ ମେଡିକାଲ ସଫେଇ କାର୍ଯ୍ୟକ୍ରମ

ହରଭଙ୍ଗା : ହରଭଙ୍ଗା ବ୍ଲକ ପୁରୁଣାକଟକ ଭୈରବୀ କନିଷ୍ଠ ମହାବିଦ୍ୟାଳୟ ଯୁବ ରେଡକ୍ରସ ୟୁନିଟ ପକ୍ଷରୁ ପୁରୁଣାକଟକ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ସଫେଇ କାର୍ଯ୍ୟକ୍ରମ କରାଯାଇଥିଲା । କଲେଜ ଅଧ୍ୟକ୍ଷ ମନୋଜ କୁମାର ପାଠୀଙ୍କ ନେତୃତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବୌଦ୍ଧ ଜିଲ୍ଲାପରିଷଦ ଉପାଧ୍ୟକ୍ଷ ଅକ୍ରୁର ସେଠୀ ଯୋଗଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ । ମହାବିଦ୍ୟାଳୟର ଅଧ୍ୟାପକ ସଦାଶିବ ଜେନା, ପ୍ରଦୋଷ ପ୍ରଧାନ, ସମାଜସେବୀ ସତ୍ୟ ନାରାୟଣ ନାୟକ ପ୍ରମୁଖ ସହଯୋଗ କରିଥିଲେ। କାର୍ଯ୍ୟକ୍ରମ ଶେଷରେ ସମସ୍ତ ସ୍ୱେଛାସେବୀଙ୍କୁ ପ୍ରମାଣପତ୍ର ବଣ୍ଟନ କରାଯାଇଥିଲା ।

Comments are closed.