www.samajalive.in
Thursday, November 13, 2025
18.1 C
Bhubaneswar

ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ଆଇଏଏସ ଅଧିକାରୀ ଏନ. ଥିରୁାମାଲା ନାଏକଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗ  ସଚିବ ଭାବେ ନିଯୁକ୍ତ କରାଯାଇଛି। ସେହିପରି ଆଇଏଏସ ଅଧିକାରୀ ମାନସୀ ନିମ୍ଭାଲଙ୍କୁ ଉଠା ଜଳସେଚନ ନିଗମ ପରିଚାଳନା ନିର୍ଦେଶକ, ସୁରେନ୍ଦ୍ର କୁମାର ମୀନା ଏସଟି/ଏସସି ବିକାଶ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି। ପଞ୍ଚାୟତିରାଜ ବିଭାଗ ସଚିବ ଥିବା ଗିରିଶ ଏସ.ଏନଙ୍କୁ ମିଶନ ଶକ୍ତି ସଚିବ ଭାବେ ଅତିରିକ୍ତ ଦାୟିତ୍ଵ ମିଳିଛି।

ଅନ୍ୟମାନଙ୍କ ମଧ୍ୟରେ ଦୀପଙ୍କର ମହାପାତ୍ର ପର୍ଯ୍ୟଟନ ବିଭାଗ ନିର୍ଦେଶକ ଭାବେ ନିଯୁକ୍ତ ହୋଇଥିବାବେଳେ ପ୍ରଣତି ଛୋଟରାୟଙ୍କୁ ଗୃହ ବିଭାଗର ଅତିରିକ୍ତ ସଚିବ, ନିବେଦିତା ପୃଷ୍ଟିଙ୍କୁ ବୟନିକାର ପରିଚାଳନା ନିର୍ଦେଶକ, ମଧୁସ୍ମିତା ସାମଲଙ୍କୁ ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ସଚିବ, ସଞ୍ଜୟ ବିଶ୍ଵାଳଙ୍କୁ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ, ବରିଷ୍ଠ ଓଏଏସ ଅଧିକାରୀ କାହ୍ନୁଚରଣ ଧୀରଙ୍କୁ ଲଘୁ ଖଣିଜ ବିଭାଗର ନିର୍ଦେଶକ ଭାବେ ଦାୟିତ୍ଵ ପ୍ରଦାନ କରାଯାଇଛି। ଏହାବ୍ୟତୀତ ଶୁଭଶ୍ରୀ ନନ୍ଦଙ୍କୁ ଯୋଜନା ଓ ସଂଯୋଜନା ବିଭାଗର ଅତିରିକ୍ତ ସଚିବ ଦାୟିତ୍ଵ, ବିଏମସି କମିଶନର ଚଞ୍ଚଳ ରାଣାଙ୍କୁ ବିଡିଏ ଉପାଧ୍ୟକ୍ଷ ଓ ଭୁବନେଶ୍ଵର ସ୍ମାର୍ଟସିଟି ଲିମିଟେଡର ପରିଚାଳନା ନିର୍ଦେଶକ ଦାୟିତ୍ଵ ଏବଂ ପ୍ରେମଜିତ ନାୟକଙ୍କୁ ଏସଟି ବିଭାଗର ନିର୍ଦେଶକ ଭାବେ ନିଯୁକ୍ତ କରାଯାଇଛି।

Hot this week

ସମ୍ପାଦକୀୟ : ଓଡ଼ିଶାରେ ମାଣ୍ଡିଆ ଗ୍ରାମ

ପାହାଡ଼ ଗାଁରେ ମାଣ୍ଡିଆ ଚାଷ, ସୂରୁଯ ଉଇଁଲେ ଆସଇ ହସ। ଏ...

ସମ୍ପାଦକୀୟ : ପାକିସ୍ତାନୀ ମିଛ , ପୁରୁଣା ଅଭ୍ୟାସର ପୁନରାବୃତ୍ତି

ନିକଟରେ ଦିଲ୍ଲୀର ଲାଲକିଲା ପାଖରେ ହୋଇଥିବା ବିସ୍ଫୋରଣର ଠିକ୍ ପରେ ପରେ...

ସମ୍ପାଦକୀୟ : ଆତଙ୍କବାଦୀ ଓ ତାଙ୍କ ସମର୍ଥକଙ୍କୁ କଠୋର ଦଣ୍ଡ ଦିଆଯାଉ

ଆତଙ୍କବାଦୀ ଏବଂ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଥିବା ଲୋକଙ୍କ ବିରୋଧରେ ଆମର ସୁରକ୍ଷା...

ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌ ଅଫିସର ମୁଖ୍ୟ ପରୀକ୍ଷା ବାତିଲ

ଏଏସ୍‌ଓ ମୁଖ୍ୟ ପରୀକ୍ଷା ବାତିଲ କଟକ, ୧୨ା୧୧ (ନି.ପ୍ର): ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌...

Related Articles

Popular Categories