www.samajalive.in
Monday, December 8, 2025
13.1 C
Bhubaneswar

ବାର୍ତ୍ତାଳାପ କାର୍ଯ୍ୟକ୍ରମ ସରକାର ଏବଂ ଗଣମାଧ୍ୟମ ମଧ୍ୟରେ ରହିଥିବା ସମ୍ପର୍କକୁ ସୁଦୃଢ଼ କରିଥାଏ

ଭୁବନେଶ୍ଵର; ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ଭୁବନେଶ୍ୱର ପକ୍ଷରୁ ଆଜି ନୟାଗଡ଼ ଠାରେ ଆଞ୍ଚଳିକ ଗଣମାଧ୍ୟମ କର୍ମଶାଳା ‘ବାର୍ତ୍ତାଳାପ’ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ଜିଲ୍ଲା ପ୍ରଶାସନ ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଲୋକାଭିମୁଖୀ ଯୋଜନା ଓ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନାଚକ୍ର ଓ ମତବିନିମୟ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।

କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ଦେଇ ପିଆଇବି ଅତିରିକ୍ତ ମହାନିର୍ଦ୍ଦେଶକ (ଏଡିଜି) ଅଖିଳ କୁମାର ମିଶ୍ର କହିଥିଲେ, ପିଆଇବି ଗତ ୧୦୦ ବର୍ଷ ଧରି ଭାରତ ସରକାରଙ୍କ ପ୍ରମୁଖ ଯୋଗାଯୋଗ ସଂସ୍ଥା ଭାବେ କାର୍ଯ୍ୟ କରି ଆସୁଛି। ସରକାର ଏବଂ ଗଣମାଧ୍ୟମ ମଧ୍ୟରେ ରହିଥିବା ସମ୍ପର୍କକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ପିଆଇବି ପକ୍ଷରୁ ବାର୍ତ୍ତାଳାପ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥାଏ। ଏହି କାର୍ଯ୍ୟକ୍ରମ କେନ୍ଦ୍ର ସରକାରଙ୍କ ବିଭିନ୍ନ କଲ୍ୟାଣମୂଳକ ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରିଥାଏ।

- Advertisement -

ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନୟାଗଡ଼ ଅତିରିକ୍ତ ଜିଲ୍ଲାପାଳ (ଏଡିଏମ) ରୋଜିନା ଦାସ କହିଥିଲେ, ଗଣତନ୍ତ୍ରରେ ଗଣମାଧ୍ୟମର ପ୍ରମୁଖ ଭୂମିକା ରହିଛି। ଏହା ପ୍ରଶାସନ ଓ ସାଧାରଣ ଜନତାଙ୍କ ମଧ୍ୟରେ ସମ୍ପର୍କର ସେତୁ ଭାବେ କାମ କରିଥାଏ।

ବାର୍ତ୍ତାଳାପର ବୈଷୟିକ ଅଧିବେଶନରେ ଅଂଶଗ୍ରହଣ କରି ଡାକ ବିଭାଗ ନୟାଗଡ଼ ଡିଭିଜନର ଅଧିକ୍ଷକ ଖଗେଶ୍ୱର ମଲ୍ଲିକ କେନ୍ଦ୍ର ସରକାରଙ୍କ ବିଭିନ୍ନ ଆର୍ଥିକ ଅନ୍ତର୍ଭୂକ୍ତିକରଣ ଯୋଜନା ବିଷୟରେ ସୂଚନା ଦେବା ସହିତ ନୟାଗଡ଼ ଜିଲ୍ଲାରେ ଏହାର କାର୍ଯ୍ୟକାରିତା ଉପରେ ଆଲୋକପାତ କରିଥିଲେ। ନୟାଗଡ଼ ଜିଲ୍ଲା ଶିଳ୍ପ କେନ୍ଦ୍ର ସାଧାରଣ ପରିଚାଳକ ତ୍ରିଲୋଚନ ବେହେରା ଜିଲ୍ଲାରେ ପିଏମ ବିଶ୍ୱକର୍ମା ଏବଂ ପିଏମଇଜିପି ଯୋଜନାର କାର୍ଯ୍ୟକାରିତା ସମ୍ପର୍କରେ ସୂଚନା ଦେଇଥିଲେ। ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀଙ୍କ କାର୍ଯ୍ୟାଳୟର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ମହେଶ୍ୱର ରଥ ନୟାଗଡ଼ ଜିଲ୍ଲାରେ ପିଏମ ଆବାସ ଯୋଜନାର କାର୍ଯ୍ୟକାରିତା ସମ୍ପର୍କରେ ସୂଚନା ଦେଇଥିଲେ। ଶେଷରେ ପିଆଇବି ଭୁବନେଶ୍ୱର ଉପନିର୍ଦ୍ଦେଶକ ମନୋଜ କୁମାର ଜାଲି ଧନ୍ୟବାଦ ଅର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ୫୦ରୁ ଅଧିକ ସାମ୍ବାଦିକ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିବା ସହ ବିଭିନ୍ନ ଯୋଜନା ସମ୍ପର୍କରେ ମତ ବିନିମୟ କରିଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories