www.samajalive.in
Sunday, December 7, 2025
15.1 C
Bhubaneswar

ଆଜିଠୁ ସୁଭଦ୍ରା ପଞ୍ଜୀକରଣ: ଅଧିକ ସୂଚନା ପାଇଁ ଟୋଲ୍ ଫ୍ରି ନମ୍ବର ୧୪୬୭୮

ଭୁବନେଶ୍ଵର: ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନା ପାଇଁ ଆଜି(ରବିବାର)ଠାରୁ ପଞ୍ଜୀକରଣ ଆରମ୍ଭ ହେବ। ଶନିବାରଠାରୁ ଆବେଦନ ପତ୍ର ପ୍ରଦାନ ଆରମ୍ଭ ହୋଇଛି। ଆବେଦନ ପତ୍ର ସମ୍ପୂର୍ଣ୍ଣ ମାଗଣା ଏବଂ ଦେୟ ମୁକ୍ତ। ଆଶାକର୍ମୀ ଓ ଅଙ୍ଗନବାଡି କର୍ମୀଙ୍କ ସହିତ ଅଙ୍ଗନବାଡି କେନ୍ଦ୍ରରେ କାର୍ଯ୍ୟ କରୁଥିବା  ସହାୟିକା , ଘରୋଇ ସଂସ୍ଥାରେ କାର୍ଯ୍ୟ କରୁଥିବା  ମହିଳା କର୍ମଚାରୀ , ଏମବିକେ ଓ କମ୍ୟୁନିଟି ରିସୋର୍ସ ପର୍ସନ ମଧ୍ୟ ଏହି ଯୋଜନାରେ ସହାୟତା ପାଇଁ ଆବେଦନ କରିପାରିବେ। ସୁଭଦ୍ରା ଯୋଜନା ସମ୍ପର୍କରେ ଅଧିକ ଜାଣିବା ପାଇଁ  ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ୧୪୬୭୮ ଟୋଲ୍‌ ଫ୍ରି ନମ୍ବର ଜାରି କରାଯାଇଛି। ଏହି ନମ୍ବର ସକାଳ ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଉପଲବ୍ଧ ରହିବ।  ମହିଳା ମାନଙ୍କ ସାମାଜିକ ଓ ଅର୍ଥନୈତିକ ସ୍ଥିତିକୁ ମଜବୁତ୍ କରିବା ପାଇଁ ମହିଳା ଓ ଶିଶୁ ବିକାଶ ବିଭାଗ ସୁଭଦ୍ରା ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନା ଅଧୀନରେ ଓଡିଶାର ଏକ କୋଟିରୁ ଅଧିକ ମହିଳା ଉପକୃତ ହୋଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories