www.samajalive.in
Sunday, December 14, 2025
23.1 C
Bhubaneswar

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ଼ର ୨୦୨୨-୨୩ ଆର୍ଥିକ ବର୍ଷରେ ରେକର୍ଡ ୭୪୦୮୮ କୋଟି ଟଙ୍କା ନେଟ ଲାଭ ହାସଲ

ଭୁବନେଶ୍ୱର: ଦେଶର ସର୍ବବୃହତ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ପକ୍ଷରୁ ୨୦୨୨-୨୩ ଆର୍ଥିକ ବର୍ଷର ଚତୁର୍ଥ ତ୍ରୟମାସ ତଥା ସମ୍ପୂର୍ଣ୍ଣ ବର୍ଷର ଆର୍ଥିକ ଫଳାଫଳ ଆଜି ଘୋଷଣା କରାଯାଇଛି I କମ୍ପାନୀର ବାର୍ଷିକ ନେଟ ଲାଭ ୧୪ ପ୍ରତିଶତ ବୃଦ୍ଧି ସହିତ ରେକର୍ଡ ୭୪୦୮୮ କୋଟି ଟଙ୍କା ହୋଇଥିବା ଘୋଷଣା କରାଯାଇଛି I

କମ୍ପାନୀର ଇ.ବି.ଆଇ.ଟି.ଡି.ଏ ପ୍ରଥମ ଥର ପାଇ ଦେଢ଼ ଲକ୍ଷ କୋଟି ଟଙ୍କା ଅତିକ୍ରମ କରିଛି ଏବଂ ୧୫୪୬୯୧ କୋଟି ଟଙ୍କା ହୋଇଛି I ବିଗତ ପାଞ୍ଚ ବର୍ଷ ମଧ୍ୟରେ କମ୍ପାନୀର ନେଟ ଲାଭ ଓ ଇ.ବି.ଆଇ.ଟି.ଡି.ଏ ଦୁଇଗୁଣା ହୋଇଛି I ୨୦୨୨-୨୩ ଆର୍ଥିକ ବର୍ଷରେ କମ୍ପାନୀର ମୋଟ ରାଜସ୍ୱ ୨୩.୨ ପ୍ରତିଶତ ବୃଦ୍ଧି ସହିତ ୯,୭୬,୫୨୪ କୋଟି ଟଙ୍କା ହୋଇଛି I କମ୍ପାନୀର ରିଟେଲ ବ୍ୟବସାୟରେ ପୂର୍ବ ବର୍ଷ ତୁଳନାରେ ୩୦% ଅଭିବୃଦ୍ଧି ହେବା ସହିତ ମୋଟ ରାଜସ୍ବ ୨୬୦୩୬୪ କୋଟି ଟଙ୍କା ହୋଇଛି ଓ ୨୦୨୨-୨୩ ଆର୍ଥିକ ବର୍ଷ ଶେଷ ସୁଦ୍ଧା କମ୍ପାନୀର ରିଟେଲ ଷ୍ଟୋର ସଂଖ୍ୟା ୩୩୦୦ ବୃଦ୍ଧି ପାଇ ମୋଟ ୧୮୦୪୦ ରେ ପହଂଚିଛି ।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories