www.samajalive.in
Saturday, December 6, 2025
23.1 C
Bhubaneswar

ରିଲାଏନ୍ସ ଜିଓର ୨୦୨୨-୨୩ ବାର୍ଷିକ ନେଟ ଲାଭ ୨୩% ବୃଦ୍ଧି ସହ ୧୮୨୦୭ କୋଟି ଟଙ୍କା

ଭୁବନେଶ୍ୱର: ଦେଶର ସର୍ବବୃହତ ଟେଲିକମ ଓ ଡିଜିଟାଲ ସେବା ପ୍ରଦାନକାରୀ କମ୍ପାନୀ ରିଲାଏନ୍ସ ଜିଓ ଇନଫୋକମ ଲିମିଟେଡ଼ ପକ୍ଷରୁ ୨୦୨୨-୨୩ ଆର୍ଥିକ ବର୍ଷର ଚତୁର୍ଥ ତ୍ରୟମାସ ତଥା ସମ୍ପୂର୍ଣ୍ଣ ଆର୍ଥିକ ବର୍ଷର ଫଳାଫଳ ଆଜି ଘୋଷଣା କରାଯାଇଛି | ୨୦୨୨-୨୩ ଆର୍ଥିକ ବର୍ଷରେ ରିଲାଏନ୍ସ ଜିଓର ନେଟ ଲାଭ ପୂର୍ବ ବର୍ଷ ତୁଳନାରେ ୨୩ ପ୍ରତିଶତ ବୃଦ୍ଧି ସହିତ ୧୮୨୦୭ କୋଟି ଟଙ୍କା ହୋଇଥିବା କମ୍ପାନୀ ପକ୍ଷରୁ ପ୍ରକାଶ କରାଯାଇଛି | ୨୦୨୧-୨୨ ଆର୍ଥିକ ବର୍ଷରେ କମ୍ପାନୀର ନେଟ ଲାଭ ୧୪୮୧୭ କୋଟି ଟଙ୍କା ରହିଥିଲା | କମ୍ପାନୀର ବାର୍ଷିକ ମୋଟ ପରିଚାଳନାଗତ ରାଜସ୍ୱ ପୂର୍ବ ବର୍ଷ ତୁଳନାରେ ପ୍ରାୟ ୧୮ ପ୍ରତିଶତ ବୃଦ୍ଧି ପାଇ ୯୦୭୮୬ କୋଟି ଟଙ୍କା ହୋଇଥିବା ଘୋଷଣା କରାଯାଇଛି, ଯାହା ପୂର୍ବ ବର୍ଷ ୭୬୯୭୭ କୋଟି ଟଙ୍କା ରହିଥିଲା |

ସେହିଭଳି ଜାନୁଆରୀ ରୁ ମାର୍ଚ୍ଚ ୨୦୨୩ ଚତୁର୍ଥ ତ୍ରୟମାସରେ କମ୍ପାନୀର ନେଟ ଲାଭ ୪୧୭୩ କୋଟି ଟଙ୍କା ରହିଥିବା ଘୋଷଣା କରାଯାଇଛି, ଯାହା ଗତ ବର୍ଷ ସମାନ ତ୍ରୟମାସ ତୁଳନାରେ ୧୩ ପ୍ରତିଶତ ଅଧିକ ରହିଛି | ଚତୁର୍ଥ ତ୍ରୟମାସରେ କମ୍ପାନୀର ପରିଚାଳନାଗତ ରାଜସ୍ବ ୨୩୩୯୪ କୋଟି ଟଙ୍କା ରହିଛି, ଯାହା ପୂର୍ବ ବର୍ଷ ସମାନ ତ୍ରୟମାସରେ ୨୦୯୦୧ ଟଙ୍କା ରହିଥିଲା

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories