www.samajalive.in
Monday, December 15, 2025
27.1 C
Bhubaneswar

ସିକ୍କିମରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ଜୋରଦାର : ୪୫ କୋଟି ଟଙ୍କା ସହାୟତା ଘୋଷଣା

ଡେସ୍କ : ବନ୍ୟା ପ୍ରଭାବିତ ସିକ୍କିମରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ଜୋରଦାର କରାଯାଇଛି । ସିକ୍କିମ ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତମାଙ୍ଗ କହିଛନ୍ତି ଯେ ସିକ୍କିମରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ଜୋରସୋରରେ ଆଗେଇ ଚାଲିଛି। ଜୀବନଯାତ୍ରାକୁ ସ୍ବଭାବିକ କରିବା ପାଇଁ ରିଲିଫ ଦଳ ସବୁ ପ୍ରକାର ଉଦ୍ୟମ କରୁଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି। ରିଲିଫ କ୍ୟାମ୍ପରେ ଆଶ୍ରୟ ନେଇଥିବା ଲୋକଙ୍କୁ ତୁରନ୍ତ ୨୦୦୦ ଟଙ୍କା ରିଲିଫ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ସିକ୍କିମରେ ବନ୍ୟା ପରିସ୍ଥିତି ଯୋଗୁଁ ହୋଇଥିବା କ୍ଷୟକ୍ଷତିର ଆକଳନ କରିବାକୁ କେନ୍ଦ୍ରସରକାର ଏକ ଆନ୍ତ ମନ୍ତ୍ରୀସ୍ତରୀୟ କେନ୍ଦ୍ରୀୟ ଦଳ ଗଠନ କରିଛନ୍ତି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ କହିଛି ଯେ ଏହି ଟିମ୍ ଖୁବ୍ ଶୀଘ୍ର ରାଜ୍ୟର ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ଏବଂ ଏହାର ମୂଲ୍ୟାୟନ ଆଧାରରେ ସିକ୍କିମକୁ ଅତିରିକ୍ତ କେନ୍ଦ୍ରୀୟ ସହାୟତା ଯୋଗାଇ ଦିଆଯିବ। ବନ୍ୟା ପ୍ରଭାବିତ ସିକ୍କିମକୁ ବିପର୍ଯ୍ୟୟ ସହାୟତା ବାବଦରେ କେନ୍ଦ୍ର ସରକାର ପ୍ରାୟ ୪୫ କୋଟି ଟଙ୍କା ପ୍ରଦାନ କରିବାକୁ ଅନୁମୋଦନ କରିଛନ୍ତି।

- Advertisement -

ସିକ୍କିମରେ ଭୟଙ୍କର ବନ୍ୟାରେ ୨୬ ଜଣ ପ୍ରାଣ ହରାଇଛନ୍ତି । ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗ କହିଛି, ସେନା କର୍ମଚାରୀଙ୍କ ସମେତ ୧୪୨ ଜଣ ନିଖୋଜ ଅଛନ୍ତି। ୧୧୦୦ ରୁ ଅଧିକ ଘର କ୍ଷତିଗ୍ରସ୍ତ ହୋଇଛି ଏବଂ ୨୪୦୦ରୁ ଅଧିକ ଲୋକଙ୍କୁ ଉଦ୍ଧାର କରାଯାଇଛି।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories