www.samajalive.in
Sunday, December 7, 2025
18.1 C
Bhubaneswar

ପରୀ ହତ୍ୟା ମାମଲାରେ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ମନ୍ତବ୍ୟ ଦୁଃଖଦାୟକ – କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୟାଗଡ଼ର ପରୀ ହତ୍ୟା ମାମଲାରେ ଗତ କାଲି ଓ ଆଜି ବିଧାନସଭାରେ ହୋ ହାଲ୍ଲା ଜାରି ରହିଥିବା ବେଳେ ଗୃହ ରାଷ୍ଟ୍ରମନ୍ତ୍ରୀ ଦେଇଥିବା ମନ୍ତବ୍ୟ ଅତ୍ୟନ୍ତ ଦୁଃଖଦାୟକ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ସେ ଗଣମାଧ୍ୟମକୁ କହିଛନ୍ତି ଯେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଦେଇଥିବା ମନ୍ତବ୍ୟ ସବୁ ଓଡ଼ିଆମାନଙ୍କ ମନରେ ଉଦବେଗ ସୃଷ୍ଟି କରିଛି। ମନ୍ତ୍ରୀ ଶ୍ରୀ ପ୍ରଧାନ ପ୍ରଶ୍ନ କରିଛନ୍ତି ଯେ ଗତ ୪ ମାସ ହେବ ପରୀ ହତ୍ୟା ମାମଲାର ତଦନ୍ତ କରୁଥିବା ଅଧିକାରୀମାନେ କଣ କରୁଥିଲେ। ସେ କହିଛନ୍ତି ଯେ ପରୀ ହତ୍ୟା ଘଟଣାରୁ ଏହା ସ୍ପଷ୍ଟ ହୋଇଛି ଯେ ରାଜ୍ୟରେ ମହିଳା ଓ ଶିଶୁମାନେ ସୁରକ୍ଷିତ ନାହାନ୍ତି।

ଶ୍ରୀ ପ୍ରଧାନ କହିଛନ୍ତି ଯେ ଯେଉଁମାନେ ଏହି ଘଟଣାର ତଦନ୍ତ କାର୍ଯ୍ୟରେ ଅବହେଳା କରିଛନ୍ତି ସେମାନଙ୍କ ପ୍ରତି ଦୃଢ ଦଣ୍ଡବିଧାନ କରାଯିବ ଆବଶ୍ୟକ। ଯଦି ଦଣ୍ଡବିଧାନ କରାନଯିବ, ସମାଜରେ ଆଇନ ଶୃଙ୍ଖଳା ପରିସ୍ଥିତି ଠିକ ରହିବ ନାହିଁ।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories