www.samajalive.in
Sunday, December 14, 2025
23.1 C
Bhubaneswar

ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅତାବିରା ପକ୍ଷରୁ କୃତି ଛାତ୍ରଙ୍କୁ ବିପୁଳ ସମ୍ବର୍ଦ୍ଧନା

ରେଙ୍ଗାଲିକ୍ୟାମ୍ପ: ଅତାବିରା ବ୍ଲକ ଅନ୍ତର୍ଗତ ସିଦ୍ଧାର୍ଥ ପବ୍ଲିକ ସ୍କୁଲ ,କୁମେଲସିଂହା ର ଛାତ୍ର ମଳୟ ବାରିକ୍ ପାରାଦ୍ଵୀପ ରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଖେଳ କୁଦ ପ୍ରତିଯୋଗିତାରେ ୨୦୦ ମିଟର ଦୌଡ ରେ ପ୍ରଥମ ସ୍ଥାନ ଓ ୪୦୦ ମିଟର ଦୌଡ ରେ ଦ୍ଵିତୀୟ ସ୍ଥାନ ଅଧିକାର କରି ସ୍ଵର୍ଣ୍ଣ ପଦକ ହାସଲ କରି ଜିଲ୍ଲା ତଥା ବ୍ଲକ ପାଇଁ ଗୌରବ ଅର୍ଜନ କରିଛନ୍ତି । ସେ ପାରାଦ୍ଵୀପ ରୁ ଆଜି ଫେରିବା ପରେ ଅତାବିରା ଗୋଷ୍ଠୀ ଶିକ୍ଷା ଅଧିକାରୀ ମଛିନ୍ଦ୍ର ମଲ୍ଲିକ ଙ୍କ ଅଧ୍ୟକ୍ଷତା ରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ତରଫରୁ ତାଙ୍କୁ ବିପୁଳ ସମ୍ବର୍ଦ୍ଧନା ଓ ସ୍ଵାଗତ ଜଣାଯାଇଛି । ଅତାବିରା ଦୁର୍ଗା ମନ୍ଦିର ଠାରେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିବା ପରେ ସେ ମାଁ ଦୁର୍ଗାଙ୍କ ଆଶୀର୍ବାଦ ଗ୍ରହଣ କରିଥିଲେ ।ଏହି ସ୍ଵାଗତ ସମ୍ବର୍ଦ୍ଧନା ରେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ତପନ କୁମାର ଦାଶ, କାର୍ତ୍ତିକ ବାଗ ,ବ୍ଲକ କ୍ରୀଡା ସମ୍ପାଦକ ଲବ ସାହୁ,ଶିକ୍ଷକ ଗୋକୁଳାନନ୍ଦ ମଲ୍ଲିକ,ପଞ୍ଚାନନ ନାଥ,ସନ୍ତୋଷ କର ,ନନ୍ଦିଘୋଷ ଭୁଏ ପ୍ରମୁଖ ତଥା  ଅତାବିରା  ନୋଡାଲ    ଉଚ୍ଚ   ବିଦ୍ୟାଳୟ ର ଛାତ୍ର  ମାନେେ    ସ୍ଵାଗତ ଜଣାଇ  ଉତ୍ସାହିତ କରିଥିଲେ ।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories