www.samajalive.in
Sunday, December 14, 2025
26.1 C
Bhubaneswar

ଦେଶରେ ଗଣତାନ୍ତ୍ରିକ ମୂଲ୍ୟବୋଧ ପ୍ରତିଷ୍ଠାରେ ବାବାସାହେବ ଆମ୍ବେଦକରଙ୍କ ଭୂମିକା ଗୁରୁତ୍ବପୂର୍ଣ୍ଣ

ରେଙ୍ଗାଲି: ରେଙ୍ଗାଲିର ବରିଷ୍ଠ ନାଗରିକ ପରିଷଦ ପକ୍ଷରୁ ଆଜି ଭାରତର ସମ୍ବିଧାନ ପ୍ରଣେତା ଡ.ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ହୋଇ ଯାଇଛି। ପରିଷଦର ସଭାପତି ବସନ୍ତ କୁମାର ନାଏକଙ୍କ ସଭାପତିତ୍ବ ଓ ସମ୍ପାଦକ ଅନ୍ତର୍ୟ୍ୟାମୀ ପାଣିଙ୍କ ସଂଯୋଜନାରେ ପରିଚାଳିତ ଏହି କାର୍ଯ୍ୟକ୍ରମର ପ୍ରାରମ୍ଭରେ ଆମ୍ବେଦକରଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ଓ ପ୍ରଦୀପ ପ୍ରଜ୍ଜ୍ବଳନ କରାଯାଇ ଥିଲା। ଭାରତୀୟ ସମ୍ବିଧାନ ପ୍ରଣୟନରେ ବାବା ସାହେବ ଆମ୍ବେଦକରଙ୍କ ଅବଦାନ ଅତୁଳନୀୟ ଏବଂ ଦେଶରେ ଗଣତାନ୍ତ୍ରିକ ମୂଲ୍ୟବୋଧର ପ୍ରତିଷ୍ଠାରେ ତାଙ୍କର ଭୂମିକା ଗୁରୁତ୍ବପୂର୍ଣ୍ଣ ବୋଲି ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ଦୁର୍ୟ୍ୟୋଧନ ଗର୍ଡିଆ, ସମାଜ ସେବୀ ଶଶିଭୂଷଣ ସାହୁ, ବିପିନ ବିହାରୀ ବିଶ୍ବାଳ, ରାଜାରାମ ମାହାଣା, କିଶୋର କୁମାର ସାହୁ, ବିହାରୀ କୁମୁରା ପ୍ରମୁଖ ଯୋଗଦେଇ ଥିଲେ। ଶେଷରେ ପରିଷଦର ସହ ସମ୍ପାଦକ ସୁବନ୍ ଚାନ୍ଦ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories