www.samajalive.in
Wednesday, December 10, 2025
18.1 C
Bhubaneswar

ରେଙ୍ଗାଲିରେ ଜାତୀୟ ସଦଭାବନା ଦିବସ

ରେଙ୍ଗାଲି: ରେଙ୍ଗାଲି ସ୍ଥିତ ବରିଷ୍ଠ ନାଗରିକ ପରିଷଦ ପକ୍ଷରୁ ଆଜି ଜାତୀୟ ସଦଭାବନା ଦିବସ ପାଳିତ ହୋଇଯାଇଛି। ପରିଷଦର ସଭାପତି ବସନ୍ତ କୁମାର ନାଏକଙ୍କ ସଭାପତିତ୍ବ ଏବଂ ସମ୍ପାଦକ ଅନ୍ତର୍ଯ୍ୟାମୀ ପାଣିଙ୍କ ସଂଯୋଜନାରେ ପରିଚାଳିତ କାର୍ଯ୍ୟକ୍ରମରେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ଓ ପୂଜା ଅର୍ଚ୍ଚନା କରାଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ବକ୍ତାମାନେ ଜାତୀୟ ସଦଭାବନା ଦିବସ ପାଳନର ଉଦ୍ଦେଶ୍ୟ ଉପରେ ଆଲୋକପାତ କରିବା ସହିତ ରାଜୀବ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀତ୍ବ କାଳରେ ହୋଇଥିବା ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟର ସ୍ମୃତି ଚାରଣ କରିଥିଲେ ଏବଂ ଜାତୀୟ ସଦଭାବନା ପ୍ରତିଷ୍ଠାରେ ରାଜୀବ ଗାନ୍ଧୀଙ୍କ ଅବଦାନ ଉପରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ଦୁର୍ଯ୍ୟୋଧନ ଗର୍ଡିଆ, ଉଦୟ ଚନ୍ଦ୍ର ସାହୁ, ସୁବାସ ସିଂ, ରମେଶ ସୁନା, ସୁବନ୍ ଚାନ୍ଦ ସାହୁ, ବିହାରୀ କୁମୁରା ପ୍ରମୁଖ ଯୋଗ ଦେଇଥିଲେ।

Hot this week

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

Related Articles

Popular Categories