www.samajalive.in
Saturday, December 13, 2025
23.1 C
Bhubaneswar

ଶିକ୍ଷୟିତ୍ରୀଙ୍କ ଅକାଳ ବିୟୋଗ

ରେଙ୍ଗାଲି: ସମ୍ବଲପୁର ଜିଲ୍ଲା ରେଙ୍ଗାଲି ବ୍ଲକ ଅନ୍‍ର୍ଗତ ଟାମ୍ପରକେଲା ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ କମଳା ରୋହିଦାସଙ୍କ ଆଜି ବୁର୍ଲା ସ୍ଥିତ ଗୁପ୍ତା ନସିଂ ହୋମରେ ଚିକିତ୍ସଧିନ ଅବସ୍ଥାରେ ମୃତ୍ୟୁ ହୋଇଯାଇଛି। ତାଙ୍କର ପାର୍ଥିବ ଶରୀରକୁ ଝାଙ୍କରପାଲି ପଞ୍ଚାୟତର କୁସୁମଡିହି ସ୍ଥିତ ବାସଭବନକୁ ଅଣାଯିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ବ୍ଲକ ଶିକ୍ଷକ ସଂଘର କର୍ମକର୍ତ୍ତା, ସ୍କୁଲ ର ଛାତ୍ରଛାତ୍ରୀ, ଟାମ୍ପରକେଲା କ୍ଳଷ୍ଟର୍ଦ ଅଧିନସ୍ଥ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ବହୁ ସଂଖ୍ୟକ ଆତ୍ମିୟ ସ୍ୱଜନ ଅନ୍ତିମ ଦର୍ଶନ ପାଇଁ ପହଞ୍ଚି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ଏବଂ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ବ୍ୟକ୍ତ କରିଥିଲେ।

ଦିବଙ୍ଗତ କମଳା ରୋହିଦାସ ଜଣେ ଛାତ୍ର ବତ୍ସଳ ଶିକ୍ଷୟିତ୍ରୀ ରୂପେ ପରିଚିତ ଥିଲେ। ତାଙ୍କର ଅକାଳ ବିୟୋଗରେ ସହକର୍ମୀ ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଏବଂ ଅଭିଭାବକ ତଥା ପରିଚିତ ମହଲରେ ଶୋକର ଛାୟା ଖେଳି ଯାଇଛି। ଦିବଙ୍ଗତ କମଳା ରୋହିଦାସ ୨୦୦୫ରେ ଟାମ୍ପରକେଲା ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକତା ଜୀବନ ଆରମ୍ଭ କରିଥିଲେ। ୨୦୧୮ ମସିହାରେ ଟାମ୍ପରକେଲା ପ୍ରାଥମିକ ବିଦ୍ୟାଳୟ ଟାମ୍ପରକେଲା ଉଚ୍ଚ ବିଦ୍ୟାଳୟ ସହିତ ମିଶ୍ରଣ ହେବା ଫଳରେ ଶ୍ରୀମତୀ ରୋହିଦାସ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକତା କରି ୨୦୨୦ ମସିହାରୁ ଟାମ୍ପରକେଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଥିଲେ।

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories