www.samajalive.in
Sunday, December 14, 2025
26.1 C
Bhubaneswar

ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଜିଲ୍ଲାସ୍ତରୀୟ ପ୍ରତିଷ୍ଠା ଦିବସ

ରେଙ୍ଗାଲି: ସମ୍ବଲପୁର ଜିଲ୍ଲା ରେଙ୍ଗାଲି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଆଜି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ସମ୍ବଲପୁର ଜିଲ୍ଲାର ବିଭିନ୍ନ ବ୍ଲକରେ ଥିବା ୯ଟି ଆଦର୍ଶ ବିଦ୍ୟାଳୟରେ ପୂର୍ବରୁ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗିମାନେ ଅଂଶଗ୍ରହଣ କରିଥିଲେ। ବରିଷ୍ଠ ଏବଂ କନିଷ୍ଠ ଅଧାରରେ ମୋଟ ୧୧ ପ୍ରକାର ବିଭାଗରେ ୨୧ଟି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ପ୍ରତିଯୋଗିତାର ମୂଲ୍ୟାୟନ ପାଇଁ ବିଭିନ୍ନ ବିଦ୍ୟାଳୟ ର ଶିକ୍ଷକ/ଶିକ୍ଷୟିତ୍ରୀମାନେ ବିଚାରକ ଭାବରେ ଯୋଗ ଦେଇଥିଲେ।

ରେଙ୍ଗାଲି ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ରମଣିକାନ୍ତ ସାହୁଙ୍କ ସଭାପତିତ୍ୱରେ ପରିଚାଳିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଅଜାମ୍ବର ମହାନ୍ତି ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିବା ବେଳେ ଅତିରିକ୍ତ ଗୋଷ୍ଠି ଶିକ୍ଷା ଅଧିକାରୀ ଋକ୍ମଣ ପ୍ରଧାନ, ରେଙ୍ଗାଲି ବ୍ଲକ ଅଧ୍ୟକ୍ଷ ସତ୍ୟନାରାୟଣ ଅଗ୍ରଓାଲା, ରେଙ୍ଗାଲି ସରପଞ୍ଚ ଚିତ୍ତରଞ୍ଜନ ବାଗ, ବିଦ୍ୟାଳୟ ପରିଚାଳନା କମିଟୀର ସଭ୍ୟା ତଥା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ମାମିନୀ ସାହୁ ଏବଂ ପୂର୍ବତନ ବିଆରସିସି ବିନୋଦବିହାରୀ ନନ୍ଦ ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ। ଅତିଥିମାନେ କୃତିତ୍ୱ ଅର୍ଜନ କରିଥିବା ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଥିଲେ।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories