www.samajalive.in
Monday, December 15, 2025
16.1 C
Bhubaneswar

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ବାର୍ଷିକ କ୍ରୀଡା ପ୍ରତିଯୋଗିତା

ରେଙ୍ଗାଲି: ରେଙ୍ଗାଲି ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ଚାଲିଥିବ ଦ୍ବିତୀୟ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଆଜି ଉଦଯାପିତ ହୋଇ ଯାଇଛି। ରେଙ୍ଗାଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ କୃଷ୍ଣ ଚନ୍ଦ୍ର ଦଲପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରତିଯୋଗିତାର ଉଦଘାଟନ କରିଥିଲେ। ସାଳଡ ଗ୍ରାମ ପଞ୍ଚାୟତର ସରପଞ୍ଚ ସତ୍ୟନାରାୟଣ ମହାନନ୍ଦିଆ, ସମଲେଶ୍ବରୀ ହସ୍ପିଟାଲ ର ନିର୍ଦ୍ଦେଶକ ଡାକ୍ତର ସନ୍ତୋଷ ସିଂ,ଯୁବ ସମାଜ ସେବି ତଥା ରେଙ୍ଗାଲି କ୍ରିକେଟ ପ୍ରୀମିୟର ଲିଗ୍ ର ବିଜେତା ଦଳର ମୁଖ୍ୟ ଉମାପଦ ନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଥିଲେ।
ଆଜି ଉଦଯାପନୀ ଉତ୍ସବରେ ରେଙ୍ଗାଲି ପଞ୍ଚାୟତ ସମିତି ଅଧ୍ୟକ୍ଷ ସତ୍ୟନାରାୟଣ ଅଗ୍ରୱାଲ ମୁଖ୍ୟ ଅତିଥି ଭାବେ ଏବଂ ସମାଜ ସେବୀ ତଥା ବିଦ୍ୟାଳୟ ର ଉପଦେଷ୍ଟା ଶଶିଭୂଷଣ ସାହୁ, ସାମ୍ବାଦିକ ସୁବ୍ରତ ପାଢି,ଜିଲ୍ଲା ଶିକ୍ଷା କାର୍ଯ୍ୟଳୟ ରେ କାର୍ଯ୍ୟରତ ଦୁଷ୍କନ୍ତ ସାହୁ, ବିଦ୍ୟାଳୟ ର ସଭାପତି ରାଜିବ ମିଶ୍ର ସରୋଜ କୁମାର ବିଶୋଇ ସମ୍ମାନିତ ଅତିିିଥି ରୂପେ ଯୋଗ ଦେଇ କୃୃୃତି ପ୍ରତିଯୋଗି ମାନଙ୍କୁ ପୁରସ୍କୃତ କରିଥିଲେ । ପ୍ରଧାନ ଆଚାର୍ଯ୍ୟା ଦୀପ୍ତି ରଞ୍ଜନ ପୋଥାର ସଭାପରିଚାଳନା କରିଥିଲେ ଏବଂ ସମସ୍ତ ଗୁରୁଜୀ ଗୁରୁମା ସହଯୋଗ କରିଥିଲେ।

Hot this week

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

Related Articles

Popular Categories