www.samajalive.in
Tuesday, December 9, 2025
15.1 C
Bhubaneswar

ପ୍ରଶାସନ ଶୁଣିଲାନି; ଗ୍ରାମବାସୀ କଲେ ରାସ୍ତା ମରାମତି

ରେଙ୍ଗାଲି: ସମ୍ବଲପୁର ଜିଲ୍ଲାର ରେଙ୍ଗାଲି ବ୍ଲକ ଲଇଡା ପଞ୍ଚାୟତ ଦେଇ କୁଚିଣ୍ଡାକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତାରୁ ଦଳପତପାଲି ଦେଇ ଚାନ୍ଦୁଟିକ୍ରା-ବୈଜାପାଲିକୁ ସଂଯୋଗ କରୁଥିବା ପଞ୍ଚାୟତ ରାସ୍ତା ଦୀର୍ଘ ବର୍ଷ ହେଲା ଅପନ୍ତରା ହୋଇ ପଡିରହିଥିଲା। ଏହାର ମରାମତି କରାଯାଇ ଗମନାଗମନ ଉପଯୋଗୀ କରିବାକୁ ଜନସାଧାରଣ ଅନେକ ଥର ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ। କିନ୍ତୁ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଗଲା ନାହିଁ। ଫଳରେ ପ୍ରଶାସନ ଉପରେ ଭରସା ନକରି ଦଳପତପାଲି ଏବଂ ଚାନ୍ଦୁଟିକ୍ରା ବୈଜାପାଲି ଗ୍ରାମବାସୀ ସାମୂହିକ ଭାବରେ ପ୍ରତି ଘରୁ ଚାନ୍ଦା କରି ରାସ୍ତା ମରାମତି କରି ଏକ ଉଦାହରଣ ସୃଷ୍ଟି କରିଛନ୍ତି। ଜେସିବି ମେସିନ୍ ଏବଂ ଟ୍ରାକ୍ଟର ଲଗାଇ ମୋରମ୍ ଆଣି ସମସ୍ତେ ଶ୍ରମଦାନ କରି ରାସ୍ତା ମରାମତି କରିଛନ୍ତି।

ସୂଚିତ ଯେ, ଏହି ରାସ୍ତାକୁ ପ୍ରଧାନମନ୍ତ୍ରୀ ସଡକ ଯୋଜନାରେ ସାମିଲ କରାଯିବାକୁ ଦୀର୍ଘ ବର୍ଷ ହେଲା ଦାବୀ ହୋଇ ଆସୁଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories