www.samajalive.in
Sunday, December 14, 2025
23.1 C
Bhubaneswar

ଗୋଡଭଗା ଛକରେ ଅହିଂସା ରଥକୁ ବିପୁଳ ସମ୍ବର୍ଦ୍ଧନା

ରେଙ୍ଗାଲିକ୍ୟାମ୍ପ: ଓଡ଼ିଶା ସରକାରଙ୍କ ଦ୍ୱାରା ପରିକ୍ରମା କରୁଥିବା ଅହିଂସା ରଥକୁ ବରଗଡ଼ ଜିଲ୍ଲାର ମୁଖ୍ୟ ଦ୍ଵାର ଗୋଡଭଗା ଠାରେ ବିପୁଳ ସ୍ଵାଗତ ସମ୍ବର୍ଦ୍ଧନା କରାଯାଇଥିଲା। ଜିଲ୍ଲାପାଳ ମନିଷା ବାନାର୍ଜୀ ସବୁଜ ପତାକା ଦେଖାଇ ଦୁଇଟି ରଥକୁ ସ୍ଵାଗତ ଜଣାଇଥିଲେ। ରଥ ଦୁଇଟିକୁ ପୂଜାର୍ଚ୍ଚନା କରିବା ସହ ଅହିଂସାର ପୂଜାରୀ ମହାତ୍ମା ଗାନ୍ଧୀ ଙ୍କ ଫଟୋ ଚିତ୍ରରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ଏହି ଅବସରରେ ଗୋଡଭଗା ଛକ ଠାରେ ଏକ ପଥପ୍ରାନ୍ତ ସଭା ଅନୁଷ୍ଠିତ ହୋଇଥିଲା। ଏହି ସଭାରେ ବରଗଡ଼ ଜିଲ୍ଲାପାଳ ମନିଷା ବାନାର୍ଜୀ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିବା ବେଳେ ଜିଲ୍ଲା ଆରକ୍ଷୀ ଅଧିକାରୀ ସ୍ମିତ ପି ପରମାର ପୁରୁଷୋତ୍ତମ ଦାଶ, ଅତାବିରା ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ନାଏକ, ଉପାଧ୍ୟକ୍ଷ ଅନନ୍ତ ମେହେର, ଜିଲ୍ଲା ପ୍ରକଳ୍ପ ଅଧିକାରୀ କୃତିବାସ ରାଉତ, ସାଂସ୍କୃତିକ ଅଧିକାରୀ ବରଗଡ଼ ସନ୍ତ୍ରାସ ନାରାୟଣ ପଣ୍ଡା, କଳାପାଣି ମହାବିଦ୍ୟାଳୟର ଅଧ୍ୟକ୍ଷ ମୋହନ ସାହୁ ପ୍ରମୁଖ ନିମନ୍ତ୍ରିତ ଅତିଥି ରୂପେ ମଂଚାସୀନ ଥିଲେ।

ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ କଲ୍ୟାଣୀ ଦାସ କାର୍ଯ୍ୟକ୍ରମକୁ ପରିଚାଳନା କରିଥଲେ। ପରେ ଅଞ୍ଚଳର ବିଭିନ୍ନ ଶିକ୍ଷା ଅନୁଷ୍ଠାନ ମାନଙ୍କର ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ପ୍ରାୟ ୫୦ଟି ନୃତ୍ୟ ଗୀତ ଆଦି ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା। ଦେଶର ସହିଦ ଜଵାନ୍ ମାନଙ୍କ ଉପରେ ଏକ ସୁନ୍ଦର ଡ୍ରାମା ପରିବେଷିତ ହୋଇଥିଲା।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories