www.samajalive.in
Saturday, December 6, 2025
26.1 C
Bhubaneswar

ସାକ୍ଷରତା ସଚେତନତା କାର୍ଯ୍ୟକ୍ରମ

ରେଙ୍ଗାଲିକ୍ୟାମ୍ପ : ଶୁକ୍ରବାର ଦିନ ସକାଳ ୬.୩୦ ଘଟିକାରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବୁଗବୁଗା ଠାରେ ସି ଆର୍ ସି ସି ନନ୍ଦିଘୋଷ ଭୁଏଙ୍କ ଅଧ୍ୟକ୍ଷତାରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ଉପରେ ବିଶେଷ ଆଲୋଚନା ସହ ତାର ଗୁରୁତ୍ଵ ଉପରେ ଆଲୋକପାତ କରାଯାଇଥିଲା । ଏଥିପାଇଁ ପିତା ମାତା, ଶିକ୍ଷକ, ଶିକ୍ଷୟିତ୍ରୀ ଓ ଗୋଷ୍ଠୀର ଭୂମିକା କ’ଣ ରହିଛି ତାହା ମଧ୍ୟ ଆଲୋଚନା ହୋଇଥିଲା । ଏଥିରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଜାମଟିକ୍ରାର ପ୍ରଧାନ ଶିକ୍ଷକ ସୁବାଷ ନାୟକ, ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶଶୀ ଭୋଇ, କେନ୍ଦ୍ର ପଣ୍ଡିତ ବେଣୁଧର ପଧାନ ଯଥାକ୍ରମେ ପ୍ରାରମ୍ଭିକ ସ୍ତରରେ ପିଲାମାନଙ୍କୁ ଭାଷା ଶିକ୍ଷା, ଗଣିତ ଶିକ୍ଷା ଓ ଅକ୍ଷର ଶିକ୍ଷା ଉପରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମରେ ବୁଗବୁଗା କ୍ଲଷ୍ଟରର ବହୁ ସଂଖ୍ୟକ ଅଭିଭାବକ, ଶିକ୍ଷକ ,ଶିକ୍ଷୟିତ୍ରୀ ଯୋଗଦାନ କରିଥିଲେ ।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories