www.samajalive.in
Monday, December 15, 2025
15.1 C
Bhubaneswar

ଅତାବିରା ବ୍ଲକରେ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ

ରେଙ୍ଗାଲିକ୍ୟାମ୍ପ: ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗଙ୍କ ପକ୍ଷରୁ ପ୍ରଦତ୍ତ ମଧୁବାବୁ ପେନସନ ଯୋଜନା ଆନୁକୁଲ୍ୟରେ ଅତାବିରା ବ୍ଲକ ପରିସରରେ ବ୍ଲକ୍ ଅଧ୍ୟକ୍ଷା ଗୀତାଞ୍ଜଳି ନାଏକ ଙ୍କ ଅଧ୍ୟକ୍ଷତାରେ ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଏଥିରେ  ବିଧାୟି଼କା  ସ୍ନେହାଙ୍ଗିନୀ ଛୁରିଆ ମୁଖ୍ୟ ଅତିଥି ଭାବେ  ଯୋଗ ଦେଇ ନୂତନ ଭାବେ ଭତ୍ତା ପାଇବାକୁ ଯୋଗ୍ୟ ହିତାଧୀକାରୀ ମାନଙ୍କୁ ଭତ୍ତା ପ୍ରଦାନ କରିଥିଲେ।ଗୋଷ୍ଟି ଉନ୍ନୟନ ଅଧିକାରୀ ସୂର୍ଯ୍ୟ କୁମାର ନାୟକ,ଅତାବିରା ପଞ୍ଚାୟତ ଅଧିକାରୀ ମହମ୍ମଦ ଅକବର,ବ୍ଲକ୍ ଉପାଧ୍ୟକ୍ଷ ଅନନ୍ତ ମେହେର ମଞ୍ଚାସିନ ଥିଲେ।ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗିରିନ୍ଦ୍ର ସାହୁ ମଞ୍ଚ ପରିଚାଳନା କରିଥିଲେ।
ଏହି ଭତ୍ତା ବଣ୍ଟନ କାର୍ଯ୍ୟକ୍ରମରେ  ବ୍ଲକର ୩୮ ଜଣ ସ୍ବାମୀ ପରିତ୍ୟକ୍ତl,୭୭ ଜଣ ବିକଳାଙ୍ଗ,୧୫୫୬ ବୃଦ୍ଧା,ବୃଦ୍ଧା,୧୦୫ ଜଣ ଅବିବାହିତା ଓ୧୪୦ ଜଣ  ବିଧବା  ଆଦି ମୋଟ ୧୯୧୬ ଜଣ ହିତାଧିକାରୀ ଙ୍କୁ ଭତ୍ତା  ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ୪ ଟି  ଜୋନର ଜିଲ୍ଲା ପରିଷଦ,ସରପଞ୍ଚ,ସମିତି ସଭ୍ୟା,ସଭ୍ୟ ତଥା ହିତାଧିକାରୀ ମାନେ ଉପସ୍ଥିତ ରହିଥିଲେ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories