www.samajalive.in
Friday, December 12, 2025
19.1 C
Bhubaneswar

୫ ବର୍ଷ ପରେ ଖସିଲା ରେପୋ ରେଟ୍‌, କମିବ ଋଣ ଇଏମଆଇ

ନୂଆଦିଲ୍ଲୀ: ଆୟ କର କୋହଳ ପରେ ମଧ୍ୟବିତ୍ତଙ୍କୁ ଆଉ ଏକ ବଡ ଉପହାର ମିଳିଛି। ୫ ବର୍ଷ ପରେ ରେପୋ ରେଟ୍‌ ହ୍ରାସ ପାଇଛି। ଏମପିସି(ମନିଟାରୀ ପଲିସି କମିଟି) ବୈଠକ ପରେ ଭାରତୀୟ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଘୋଷଣା କରିଛନ୍ତି ଯେ, ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ହ୍ରାସ କରାଯାଇଛି। ଏହାକୁ ୬.୫%ରୁ ୬.୨୫%କୁ ହ୍ରାସ କରାଯାଇଛି। ଆରବିଆଇ ଗଭର୍ଣ୍ଣର କହିଛନ୍ତି, ଏମପିସିର ସମସ୍ତ ସଦସ୍ୟ ରେପୋ ରେଟ୍‌ ହ୍ରାସ ସପକ୍ଷରେ ମତ ଦେଇଛନ୍ତି। ଗଭର୍ଣ୍ଣର ଭାବେ ସଞ୍ଜୟ ମାଲହୋତ୍ରା ପ୍ରଥମ ଥର ପାଇଁ ମୁଦ୍ରା ନୀତି କମିଟିର ନିଷ୍ପତ୍ତି ଘୋଷଣା କରିଛନ୍ତି। ରେପୋ ରେଟ୍ ହ୍ରାସ ପରେ ଏବେ ଆପଣଙ୍କ ଋଣର ଇଏମଆଇ କମିଯିବ। ତିନି ଦିନିଆ ବୈଠକ ପରେ ଆରବିଆଇ ଗଭର୍ଣ୍ଣର ସୁଧ ହାର ଉପରେ ଏହି ନିଷ୍ପତ୍ତି ଘୋଷଣା କରିଛନ୍ତି।

Hot this week

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

Related Articles

Popular Categories