www.samajalive.in
Monday, December 8, 2025
13.1 C
Bhubaneswar

ଭୁବନେଶ୍ବରରେ ରାଜ୍ୟପାଳ ଓ କଟକରେ ଜାତୀୟ ପତାକା ଉତ୍ତୋଳନ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜା‌ରୀ

ଆସନ୍ତା ୨୬ ତାରିଖରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଭୁବନେଶ୍ବରରେ ଜାତୀୟ ପତାକା ଉତ୍ତୋଳନ କରିବେ। ସେ ସମବେତ ପରେଡ୍‌ରେ ସେ ଅଭିବାଦନ ଗ୍ରହଣ କରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ। ରାଜ୍ୟ ଗୃହ ବିଭାଗ ପକ୍ଷରୁ ପ୍ରକାଶିତ ସୂଚନା ଅନୁଯାୟୀ କଟକରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜା‌ରୀ, ପୁରୀରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଅନୁଗୁଳରେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, କଳାହାଣ୍ଡିରେ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଗଞ୍ଜାମରେ ପଦ୍ମନାଭ ବେହେରା ଓ ବାଲେଶ୍ବରରେ ପ୍ରତାପ ଜେନା ଜାତୀୟ ପତାକା ଉତ୍ତୋଳନ କରିବେ।

ରାୟଗଡ଼ାରେ ଅରୁଣ କୁମାର ସାହୁ, କନ୍ଧମାଳରେ ସୁଦାମ ମାରାଣ୍ଡି, ମୟୂରଭଞ୍ଜରେ ସୁଶାନ୍ତ ସିଂହ, ବରଗଡ଼ରେ ନବ କିଶୋର ଦାସ, ସମ୍ବଲପୁରରେ ଟୁକୁନି ସାହୁ, ନୟାଗଡ଼ରେ ଜଗନ୍ନାଥ ସାରକା, କେନ୍ଦୁଝରରେ ଦିବ୍ୟଶଙ୍କର ମିଶ୍ର, ଯାଜପୁରରେ ଅଶୋକ ଚନ୍ଦ୍ର ପଣ୍ଡା, ବଲାଙ୍ଗୀରରେ ସମୀର ରଞ୍ଜନ ଦାଶ, ସୁନ୍ଦରଗଡ଼ରେ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, କୋରାପୁଟରେ ପ୍ରେମାନନ୍ଦ ନାୟକ, ନବରଙ୍ଗପୁରରେ ରଘୁନନ୍ଦନ ଦାସ, ଗଜପତିରେ ପଦ୍ମିନୀ ଦିଆନ ଓ ମାଲକାନଗିରିରେ ତୁଷାରକାନ୍ତି ବେହେରା ଜାତୀୟ ପତାକା ଉତ୍ତୋଳନ କରିବେ।

- Advertisement -

ସେହିପରି ବ୍ରହ୍ମପୁରରେ ଦକ୍ଷିଣାଞ୍ଚଳ ଆର୍‌ଡିସି, ରାଉରକେଲାରେ ଉତ୍ତରାଞ୍ଚଳ ଆର୍‌ଡିସି, ଖୋର୍ଦ୍ଧାରେ କେନ୍ଦ୍ରାଞ୍ଚଳ ଆର୍‌ଡିସି ଏବଂ ଭଦ୍ରକ, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଝା‌ରସୁଗୁଡ଼ା, କେନ୍ଦ୍ରାପଡ଼ା, ନୂ୍ଆପଡ଼ା, ସୁବର୍ଣ୍ଣପୁର ଓ ଜଗତସିଂହପୁରରେ ଜିଲ୍ଲାପାଳମାନେ ପତାକା ଉତ୍ତୋଳନ କରିବେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories