www.samajalive.in
Monday, December 15, 2025
27.1 C
Bhubaneswar

ଗାନ୍ଧିମାର୍ଗରେ ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ

ଆଜି ୭୩ତମ ସାଧାରଣତନ୍ତ୍ର ଦିବସ ଅବସରରେ ଭୁବନେଶ୍ୱର ଗାନ୍ଧିମାର୍ଗରେ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ ମୁଖ୍ୟ ଅତିଥି ଭାବେ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିଭାଦନ ଗ୍ରହଣ କରିଛନ୍ତି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ। କୋଭିଡ କଟକଣା ଯୋଗୁ ବିନା ଦର୍ଶକରେ ଆୟୋଜିତ ଏହି ସାଧାରଣତନ୍ତ୍ର ଦିବସ ଉତ୍ସବରେ ପୁଲିସ ବ୍ୟାଣ୍ଡ ସମେତ ୧୦ଟି କଣ୍ଟିଜେଣ୍ଟ ପରେଡରେ ଭାଗ ନେଇଥିଲେ।

ପ୍ରଥମ ଥର ପାଇଁ ପରେଡରେ ସୀମା ସୁରକ୍ଷା ବଳ ଯବାନ ଭାଗ ନେଇଥିବା ବେଳେ ସିଆରପିଏଫ, ଏସଓଜି, ଓଏସଏଏପି, ଓଡ୍ରାଫ, ଫାୟାର, ଏସଏସବି ଓ ୩ଟି ବ୍ରାସବ୍ୟାଣ୍ଡ ପ୍ରଦର୍ଶନ କରିଥିଲେ। ଯୁବ ଆଇପିଏସ ଅଧିକାରୀ ରୋହିତ ବର୍ମା ପରେଡ ପରିଚାଳନା କରିଥିଲେ। ଏଥିରେ ୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ ୨୫ ପ୍ଲାଟୁନ ଫୋର୍ସ ଓ ୭୦ ଜଣ ବରିଷ୍ଠ ଅଧିକାରୀ ନିୟୋଜିତ ଥିଲେ।

Hot this week

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

Related Articles

Popular Categories