ନୂଆଦିଲ୍ଲୀ: ସାଧାରଣତନ୍ତ୍ର ଦିବସ ପରେଡରେ ସ୍ୱାଧୀନତା ସଂଗ୍ରାମୀଙ୍କ ଅବଦାନକୁ ଆଲୋକିତ କରିବା ପାଇଁ ପଶ୍ଚିମବଙ୍ଗ ପକ୍ଷରୁ ପ୍ରସ୍ତୁତ ହୋଇଥିବା ପ୍ରଜ୍ଞାପନ ମେଢ଼କୁ ବାଦ୍ ଦେବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ରର ଏ ନିଷ୍ପତ୍ତିକୁ ନେଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଏକ ପତ୍ର ଲେଖି ଏହି ନିଷ୍ପତ୍ତିର ପୁନର୍ବିଚାର କରିବାକୁ ଅନୁରୋଧ କରିଛନ୍ତି। କାରଣ ପ୍ରସ୍ତାବିତ ପ୍ରଜ୍ଞାପନ ମେଢ଼ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଏବଂ ତାଙ୍କ ଆଇଏନଏର ୧୨୫ତମ ଜୟନ୍ତୀ ବର୍ଷରେ ଅବଦାନକୁ ସ୍ମରଣ କରିବାକୁ ପ୍ରସ୍ତୁତ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା କହିଛନ୍ତି।
Popular Categories



