www.samajalive.in
Friday, December 12, 2025
15.1 C
Bhubaneswar

ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର : କଟକରେ ପତାକା ଉତ୍ତୋଳନ କରିବେ ନାହିଁ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୭୧ତମ ସାଧାରଣତନ୍ତ୍ର ଦିବସ ପାଇଁ ରାଜ୍ୟରେ ଜୋର୍‍ଦାର୍‍ ପ୍ରସ୍ତୁତି ଚାଲିଛି । ରାଜଧାନୀ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟସ୍ତରୀୟ ପରେଡ୍‍ ପାଇଁ ଶୁକ୍ରବାର ଫୁଲ୍ ଡ୍ରେସ ଅଭ୍ୟାସ ଶେଷ ହୋଇଛି ।‌ ରାଜ୍ୟର ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହ ନକ୍ସଲ୍‍ ପ୍ରଭାବିତ ଅଞ୍ଚଳରେ ଅନେକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି । ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟସ୍ତରୀୟ ପରେଡ୍‍ରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‍ ମୁଖ୍ୟଅତିଥି ଭାବେ ଯୋଗଦେବେ। ତେବେ ଚଳିତ ବର୍ଷ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ କିମ୍ବା ଅନ୍ୟ କୌଣସି ସ୍ଥାନରେ ଗଣତନ୍ତ୍ର ଦିବସରେ ପତାକା ଉତ୍ତୋଳନ ପାଇଁ ଯିବେ ନାହିଁ । ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ପରେଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେବେ । ପ୍ରତିବର୍ଷ ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକର ବାରବାଟୀ ଷ୍ଟାଡିୟମରେ ଆୟୋଜିତ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହରେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥାନ୍ତି । ତେବେ ଜାତୀୟ ରାଜଧାନୀ ଦିଲ୍ଲୀ ଭଳି ଏକ ନୂଆ ପରମ୍ପରା ସୃଷ୍ଟି କରି ମୁଖ୍ୟମନ୍ତ୍ରୀ ରାଜ୍ୟସ୍ତରୀୟ ପରେଡରେ ଉପସ୍ଥିତ ରହିବେ।

ସୂଚନା ଅନୁଯାୟୀ କଟକରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ପତାକା ଉତ୍ତୋଳନ କରିବାକୁ ଥିବାବେଳେ ସୁବର୍ଣ୍ଣପୁରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସୁନ୍ଦରଗଡ଼ରେ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ସମ୍ବଲପୁରରେ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, କେନ୍ଦୁଝରରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ପୁରୀରେ ଆଇନ ମନ୍ତ୍ରୀ ପ୍ରତାପ ଜେନା ପତାକା ଉତ୍ତୋଳନ କରିବେ।
ସେହିପରି ଗଞ୍ଜାମରେ କୃଷିମନ୍ତ୍ରୀ ଡ. ଅରୁଣ ସାହୁ, ବାଲେଶ୍ବରରେ ରାଜସ୍ବ ମନ୍ତ୍ରୀ ସୁଦାମ ମାର୍ଣ୍ଡି, ଅନୁଗୋଳରେ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂ, କଳାହାଣ୍ଡିରେ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ, ରାୟଗଡାରେ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ, ଜଗତସିଂହପୁରରେ ଏସସିଏସଟି ମନ୍ତ୍ରୀ ଜଗନ୍ନାଥ ସାରକା, ଯାଜପୁରରେ ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ଢ଼େଙ୍କାନାଳରେ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ନୟାଗଡରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ବଲାଙ୍ଗୀରରେ ସସ୍କୃତି ମନ୍ତ୍ରୀ ଜ୍ୟୋତି ରଞ୍ଜନ ପାଣିଗ୍ରାହୀ, ନବରଙ୍ଗପୁରରେ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ, ମୟୂରଭଞ୍ଜରେ ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ, ଗଜପତିରେ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ, ମାଲକାନାଗିରିରେ କ୍ରୀଡାମନ୍ତ୍ରୀ ତୁଷାରକାନ୍ତି ବେହେରା ପତାକା ଉତ୍ତୋଳନ କରିବେ ବୋଲି ଗଅହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ବ୍ରହ୍ମପୁରରେ ଦକ୍ଷିଣାଞ୍ଚଳ ଆରଡ଼ିସି ପତାକା ଉତ୍ତୋଳନ କରିବାକୁ ରହିଥିବାବେଳେ ରାଉରକେଲାରେ ଉତ୍ତରାଞ୍ଚଳ ଆରଡିସି, ଭଦ୍ରକ, ବରଗଡ଼, ବୌଦ୍ଧ, ଦେବଗଡ଼, ଝାରସୁଗୁଡା, କନ୍ଧମାଳ, କେନ୍ଦ୍ରାପଡା,ଖୋର୍ଦ୍ଧା, କୋରାପୁଟ ଏବଂ ନୂଆପଡାରେ ଜିଲାପାଳମାନେ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories